ଆଜିର ରାଶିଫଳ

Spread the love

ଲିଙ୍ଗରାଜ ପଣ୍ଡା, ଦେଉଳସାହି, ବାରିପଦା, ମୟୂରଭଞ୍ଜ

ଅଦ୍ୟ ଜାନୁଆରୀ ୨୪ ତାରିଖ ୨୦୨୧ ମସିହା(ରବିବାର)

ଶକାବ୍ଦ -୧୯୪୨

ସମ୍ବତ -୨୦୭୭

ସାଲ-୧୪୨୮

ସମ୍ବତ୍ସର -ଆନନ୍ଦୋ

ପୌଷମାସ-ଶୁକ୍ଳପକ୍ଷ

ତିଥି-ଏକାଦଶୀ ରାତ୍ରି ଘ୧୧/୦୧ ପର୍ଯ୍ୟନ୍ତ ତଦନ୍ତେ ଦ୍ୱାଦଶୀ                                                           ନକ୍ଷତ୍ର-ରୋହିଣୀ ରାତ୍ର  ଘ୧୨/୪୪ ପର୍ଯ୍ୟନ୍ତ ତଦନ୍ତେ ମୃଗଶିରା

ଚନ୍ଦ୍ର – ବୃଷ

ଯୋଗ-ବ୍ରହ୍ମ            

କରଣ-ବାଣିଜ୍ୟ

ସୌରମାସ -ମକର ୧୧ ଦିନ

ସୁର୍ୟୋଦୟ -ପ୍ରାତଃ ଘ୦୬/୨୭/୨୦

ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୩୦/୪୯

ଯୋଗିନୀ ଅଗ୍ନିକୋଣେ ରାତ୍ର ଘ ୧୧/୦୧ ଗତେ ନୈୠତେ

ବିଛା ରାଶିର ଘାତଚନ୍ଦ୍ର

ରବି ରାଶିର ଘାତବାର

ଏକାଦଶୀ ର ଏକୋଦିଷ୍ଟ  ଓ ପାର୍ବଣ ଶ୍ରାଦ୍ଧ 

କାଳବେଳା ଓ ବାରବେଳା – ଦିବା ଘ୧୦/୩୨ ଗତେ ଘ୦୧/୨୦ ମଧ୍ୟେ

ବିଶୁଦ୍ଧ ଅମୃତବେଳା- ଦିବା ଘ୦୭/୫୦ ଗତେ ଘ୦୯/୧୦ମଧ୍ୟେ ଓ ରାତ୍ରି ଘ୦୮/୪୬ ଗତେ ଘ୧୧/୫୭ ମଧ୍ୟେ

ବିଶୁଦ୍ଧ ମହେନ୍ଦ୍ରବେଳା- ଦିବା ଘ୦୯/୧୨ ଗତେ ଘ ୧୦/୩୨ମଧ୍ୟେ ଓ  ଘ୦୧/୨୨ ଗତେ ଘ୦୨/୪୨ ମଧ୍ୟେ

ଆଦ୍ୟ ଶିମ୍ବ ରାତ୍ର ଘ୧୧/୦୧ ଗତେ ପୋଇ ଭକ୍ଷଣ ନିଷେଧ

 

*ଆଜିର ରାଶିଫଳ

       

ମେଷ👉 : *ଆଜି କ୍ୟାରିୟର ସୁଧାର ପାଇଁ  ଦିନଟି ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ।

ବୃଷ:👉 ଆପଣଙ୍କ ଭାବନା ଆଜି ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହିବେ।

ମିଥୁନ:👉 ନୂଆ ବିଚାର ଆପଣଙ୍କ ଆର୍ଥିକ ଉନ୍ନତି ଲାଗି ଲାଭଦାୟକ ରହିବ। ବ୍ୟବସାୟରେ ଜୀବନସାଥୀଙ୍କ ସହଯୋଗ ମିଳିବ। ଅଫିସରେ କୌଣସି ଖୁସି ଖବର ମିଳିବ। ପ୍ରେମ ବ୍ୟାପାର ଲାଗି ଦିନଟି ଭଲ।

କର୍କଟ: 👉ଦିନଟି ଆପଣଙ୍କ ଲାଗି ଅନୁକୂଳ। ସାହସିକ ଫଇସଲାରେ ସଫଳତା ମିଳିବ। ଜୀବନସାଥୀଙ୍କ ସହିତ ଉତ୍ତମ ସମ୍ବନ୍ଧ ବଜାୟ ରହିବ। ଛାତ୍ରଙ୍କ କ୍ୟାରିୟରରେ ନୂଆ ମୋଡ଼ ଆସିପାରେ।

ସି˚ହ:👉 ଆଜି ଆପଣ କୌଣସି କାର୍ଯ୍ୟ ତରବରିଆ ଭାବେ କଲେ କ୍ଷତିରେ ପଡିପାରନ୍ତି। ସନ୍ତାନଙ୍କ ପକ୍ଷରୁ ଭଲ ଖବର ପାଇବେ। ପରିବାରରେ ଏକତା ଓ ସୁଖ ବୃଦ୍ଧି ହେବ। ବନ୍ଧୁଙ୍କ ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିବେ।

କନ୍ୟା: 👉ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ। ସାମାଜିକ ଓ ରାଜନୈତିକ କାର୍ଯ୍ୟରେ ସମୟ କଟିବ। ମିତ୍ରଙ୍କର ପୂରା ସହଯୋଗ ପାଇବେ। ଅଚାନକ ଧନପ୍ରାପ୍ତି ହେବ। ପାରିବାରିକ ଜୀବନ ସୁଖମୟ ହେବ।

ତୁଳା:👉 ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲ। ଖୁବ୍‌ ମଜା କରିବେ ଓ ଖୁସି ରହିବେ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଅଫିସରେ ଆପଣଙ୍କର କର୍ତ୍ତୃତ୍ବ ବଜାୟ ରହିବ। ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ହେବ ।

 ବିଛା:👉ରଚନାତ୍ମକ କାମରେ ଆପଣଙ୍କର ନାମ ହେବ। ବ୍ୟବସାୟରେ ନୂଆ କୌଶଳ ପ୍ରୟୋଗ କରିବେ ଯାହା ଦ୍ବାରା ଭବିଷ୍ୟତରେ ଲାଭ ମିଳିବ। ପରିବାର ଲୋକେ ଆପଣଙ୍କ ଉପରେ ବହୁତ ଭରସା କରିବେ।

ଧନୁ:👉ଆଜି ଆପଣ ଅନ୍ୟମାନଙ୍କ ଭାବନା ପ୍ରତି ବିଶେଷ ସମ୍ବେଦନଶୀଳ ରହିପାରନ୍ତି। ଧର୍ମ ସମ୍ବନ୍ଧିତ ପୁସ୍ତକ ପଢ଼ିବାରେ ରୁଚି ବଢ଼ିବ। ସ୍ଥଗିତ ଥିବା କାର୍ଯ୍ୟ କୌଣସି ବନ୍ଧୁଙ୍କ ଦ୍ବାରା ପୂରା ହେବ। ସ୍ବାସ୍ଥ୍ୟ ପ୍ରତି ସଚେତ ରହନ୍ତୁ।

ମକର:👉 ଆପଣ ନିଜ କାମରେ ପ୍ରଶ˚ସା ଓ ପୁରସ୍କାର ପାଇବେ। କାରବାର ବୃଦ୍ଧି ଲାଗି ଦିନଟି ବିଶେଷ ଶୁଭ। ଧନ ସ˚ପତ୍ତି ବୃଦ୍ଧି ହେବ। ରାଜନୀତିରେ ଆଧିପତ୍ୟ ବଢ଼ିବ। ପରିବାର ସହିତ ହସଖୁସିରେ ସମୟ କଟିବ।

କୁମ୍ଭ:👉ପ୍ରଭୁଙ୍କ ଆରାଧନାରେ ମନରେ ସକାରାତ୍ମକ ଶକ୍ତି ସ˚ଚାର ହେବ। ପ୍ରସ୍ତୁତ କରିଥିବା ଯୋଜନା ଅନୁସାରେ କାମ କରିବେ। ଅଫିସରେ ସହକର୍ମୀଙ୍କ ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ।

ମୀନ:👉ଦିନଟି ଆପଣଙ୍କୁ ମିଶ୍ରିତ ଫଳ ପ୍ରଦାନ କରିବ। ବଡ଼ ବ୍ୟବସାୟ ଲାଗି କୌଣସି ବ୍ୟକ୍ତିସହ ଚୁକ୍ତି କରିପାରନ୍ତି। ଭାବିଚିନ୍ତି ଖର୍ଚ୍ଚ ନକଲେ ଅସୁବିଧାରେ ପଡ଼ିପାରନ୍ତି। କୋର୍ଟ କଚେରି ମାମଲାରେ ବ୍ୟସ୍ତତା ବଢ଼ିବ।

Related Posts

About The Author

Add Comment