ଭୁବନେଶ୍ୱର୧୩/୦୭ (ସନ୍ଧାନ ନିୟୁଜ): ଉତ୍ତର ଉପକୂଳ ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ଦାନା ବାନ୍ଧୁଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ବଲାଙ୍ଗୀର, ବୌଦ, ସୁବର୍ଣ୍ଣପୁର ଏବଂ ଗଜପତି ପ୍ରଭୃତି ୧୦ଟି ଜିଲ୍ଲାର ବ୍ୟାପକ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପୂର୍ବନାନୁମାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଉତ୍ତର-ପଶ୍ଚିମ ବଙ୍ଗୋପ ସାଗରରେ ଦାନା ବାନ୍ଧୁଛି ଲଘୁଚାପ; ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
|
July 13, 2018 |
