କନିଷ୍ଠ ଯନ୍ତ୍ରୀଙ୍କୁ ଉଠ୍‌ବସ୍‌ କରିବା ଘଟଣା: ବିଧାୟକ ସରୋଜ ମେହେରଙ୍କୁ ଜାମିନ

Spread the love

ଭୁବନେଶ୍ୱର, ୬/୭ (ସନ୍ଧାନ ନିୟୁଜ ) ଜଣେ କନିଷ୍ଠ ଯନ୍ତ୍ରୀଙ୍କୁ ଉଠ୍‌ବସ୍‌ କରାଇବା ଘଟଣାରେ ଗିରଫ ହୋଇ ଜେଲ ଯାଇଥିବା ପାଟଣାଗଡ଼ ବିଧାୟକ ସରୋଜ ମେହେରଙ୍କୁ ଜାମିନ ମିଳିଛି। ଭୁବନେଶ୍ୱର ସ୍ବତନ୍ତ୍ର କୋର୍ଟ ବିଧାୟକଙ୍କୁ ଶନିବାର ଜାମିନ ପ୍ରଦାନ କରିଛନ୍ତି। ୨ ଜଣ ଜାମିନଦାର ଏବଂ ୨୫ ହଜାର ଟଙ୍କା ବଦଳରେ କୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଜାମିନ ଦେବା ସମୟରେ କୋର୍ଟ କେତେକ ସର୍ତ୍ତ ରଖିଛନ୍ତି। ବିଧାୟକ ସାକ୍ଷୀଙ୍କୁ ପ୍ରଭାବିତ କରିବେ ନାହିଁ, ତଦନ୍ତରେ ସହଯୋଗ କରିବେ ଏବଂ ବିଦେଶ ଗସ୍ତ କରିବାର ଥିଲେ ଏହା ପୂର୍ବରୁ କୋର୍ଟଙ୍କୁ ଅବଗତ କରାଇବେ ବୋଲି କୋର୍ଟ ସର୍ତ୍ତ ରଖିଛନ୍ତି।
ପ୍ରକାଶ ଯେ, ନିମ୍ନମାନର ରାସ୍ତାକାମ ଯୋଗୁ କନିଷ୍ଠ ଯନ୍ତ୍ରୀ ଜୟକାନ୍ତ ଶବରଙ୍କୁ ବିଧାୟକ ମେହେର ସର୍ବସମ୍ମୁଖରେ ଉଠବସ୍‌ କରାଇଥିଲେ। ଏହାର ଏକ ଭିଡିଓ ଗତ ଜୁନ୍‌ ୬ ତାରିତରେ ଭାଇରାଲ ହୋଇଥିଲା। ଏହି ଭିଡିଓ ବିଭିନ୍ନ ଗଣମାଧ୍ୟମରେ ପ୍ରସାରିତ ହେବା ପରେ ବିଧାୟକଙ୍କ ପାଇଁ ଅଡ଼ୁଆ ବଢ଼ିଯାଇଥିଲା। ତାଙ୍କୁ ଗିରଫ କରିବାକୁ ବିଭିନ୍ନ ଆଦିବାସୀ ସଂଗଠନ ଦାବି କରିଥିଲେ।
ଅପମାନର ଶିକାର ହୋଇଥିବା କନିଷ୍ଠ ଯନ୍ତ୍ରୀଙ୍କ ସ୍ତ୍ରୀ ପ୍ରବୀଣା ରାଜସିଂହ ଏ ନେଇ ପାଟଣାଗଡ଼ ଥାନାରେ ଏତଲା ଦେବା ପରେ ଏକ ମାମଲା ରୁଜୁ ହୋଇଥିଲା। ପରେ ତାଙ୍କୁ ପୋଲିସ ଗିରଫ କରିଥିଲା। ପାଟଣାଗଡ଼ରୁ ଭୁବନେଶ୍ୱରସ୍ଥିତ ଝାରପଡ଼ା ଜେଲ୍‌କୁ ସ୍ଥାନାନ୍ତର କରାଯାଇଥିଲା।

Related Posts

About The Author

Add Comment