କରୋନା ମୁକାବିଲା ପାଇଁ ଦରମା ଦାନ କଲେ ମୁଖ୍ୟମନ୍ତ୍ରୀ

Spread the love
ଭୁବନେଶ୍ୱର, ୨୪/୦୩ (ସନ୍ଧାନ ନିୟୁଜ): କରୋନାର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ୩ମାସର ଦରମାକୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଅସାଧାରଣ ପରିସ୍ଥିତିରେ ଅସାଧାରଣ ପ୍ରତିକ୍ରିୟା ଜରୁୂରୀ। କୋଭିଡ୍ -୧୯ ସମଗ୍ର ବିଶ୍ୱ ପାଇଁ ଏକ ବିରାଟ ଚ୍ୟାଲେଞ୍ଜ। ମାନବିକତା ଗତିବିଧି ପାଇଁ ଏଥିନିମନ୍ତେ ପର୍ଯ୍ୟାପ୍ତ ପରିମାଣର ପାଣ୍ଠିର ଆବଶ୍ୟକତା ରହିଛି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ରିଲିଫ ପାଣ୍ଠିକୁ ପ୍ରଦାନ କରିଥିବା ନିଜ ୩ମାସର ଦରମା ସ୍ୱତନ୍ତ୍ର ଭାବେ ‘କୋଭିଡ-୧୯ ଫଣ୍ଡ’ ଆକାରରେ ଏହା ଉଲ୍ଲେଖ ରହିବ। ପ୍ରଭାବିତ ଲୋକମାନଙ୍କୁ ମାନବିକତା ଦୃଷ୍ଟିରୁ ସହଯୋଗ ନିମନ୍ତେ ସମସ୍ତେ ‘କୋଭିଡ-୧୯ ଫଣ୍ଡ’କୁ ସହୃଦୟତାର ସହ ଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି।

Related Posts

About The Author

Add Comment