ଭୁବନେଶ୍ୱର,୨୮/୦୩ (ସନ୍ଧାନ ନିୟୁଜ) : ଆସନ୍ତାକାଲିଠାରୁ ରାଜ୍ୟର କେତେକ ଜିଲ୍ଲାରେ ସାମାନ୍ୟ ବର୍ଷାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ବଲାଙ୍ଗୀର ଓ କଳାହାଣ୍ଡି। ପାଣିପାଗ ବିଭାଗ ପକ୍ଷରୁ ଏହି ପୂର୍ବନୁମାନ କରାଯାଇଛି।
ପାଣିପାଗ ବିଭାଗ କହିଛି ରବିବାର ଓ ସୋମବାର ଦିନ ରାଜ୍ୟର କେତେକ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସମ୍ଭାବ୍ୟ ବର୍ଷା ତାଲିକାରେ କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ରାୟଗଡ଼ା, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଗଜପତି, ଗଞ୍ଜାମ, ନୂଆପଡ଼ା ଓ ବଲାଙ୍ଗୀର ଜିଲ୍ଲା ରହିଛି। ଏସବୁ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ଆଶଙ୍କା ରହିଥିବା ସତର୍କ କରାଇ ଦିଆଯାଇଛି। ଏହାଛଡା ସୋମବାର ଉପକୂଳବର୍ତ୍ତୀ ଜିଲ୍ଲା ସମେତ କନ୍ଧମାଳ, ରାୟଗଡ଼ା, ଢେଙ୍କାନାଳ, ମୟୁରଭଞ୍ଜ ଆଦି ଜିଲ୍ଲାରେ ସମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ କହିଛି।



