କୋଇଲା ବୋଝେଇ ଟ୍ରକ୍ ଧକ୍କାରେ ଓଲଟିଲା ବସ୍; ଚାଲିଗଲା ୬ ଜଣ ଯାତ୍ରୀଙ୍କ ଜୀବନ,୨୦ ରୁ ଅଧିକ ଆହତ

Spread the love

ବାଲେଶ୍ୱର,୨୨/୧/୨୦୨୨ ( ସନ୍ଧାନ ନିଉଜ୍) କୋଇଲା ବୋଝେଇ ଟ୍ରକ୍ ଧକ୍କାରେ ଓଲଟିଲା ବସ୍ । ଆଉ ଚାଲିଗଲା ୬ ଜଣ ଯାତ୍ରୀଙ୍କ ଜୀବନ । ବାଲେଶ୍ୱର ଜିଲ୍ଲାର ସୋର ନିକଟସ୍ଥ ବିଦୁ ଛକରେ ଘଟିଛି ଏଭଳି ମର୍ମନ୍ତୁଦ ଦୁର୍ଘଟଣା । ଏଥିରେ ୨୦ରୁ ଅଧିକ ଯାତ୍ରୀ ଆହତ ମଧ୍ୟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କିଛି ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ଶାନ୍ତିଲତା ନାମକ ଏହି ବସ୍ ରେ ୫୦ରୁ ଅଧିକ ଯାତ୍ରୀ ଥିଲେ । ଆହତମାନଙ୍କୁ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବାବେଳେ ଗୁରୁତର ଆହତଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ କରିଥିଲା । ଆଞ୍ଚଳିକ ପରିବହନ ଅଧିକାରୀ ରଶ୍ମି ରଞ୍ଜିତ ଦଳବେହେରା ଦୁର୍ଘଟଣାସ୍ଥଳରେ ପହଞ୍ଚି ପହଞ୍ଚି ଉଦ୍ଧାରକାର୍ଯ୍ୟ ତ୍ୱରାନ୍ୱିତ କରିଥିଲେ । ଆତଙ୍କ ମଧ୍ୟରେ କେତେକଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତ୍ୟୁ ସଂଖ୍ୟା ବଢଡିବା ନେଇ ଆଶଙ୍କା ପ୍ରକାଶ ପାଇଛି ।

Related Posts

About The Author

Add Comment