ଯାଜପୁର, ତା ୨୧ା୦୮ା୨୦୨୩ ରିଖ : ଆଜି ପୂର୍ବାହ୍ନରେ କେ.ଏନ୍.ଡି.ଏ. ସମ୍ମିଳନୀ ଗୃହ, କଳିଙ୍ଗ ନଗର ଠାରେ ମିଳିତ ଜନ ଅଭିଯୋଗ ଶୁଣାଣିରେ ଜିଲ୍ଳ୍ାର ସମସ୍ତ ଅଧିକାରୀମାନେ ସହୃଦୟତାର ସହ ଅଭିଯୋଗ ଗୁଡିକର ସମାଧାନ ଦିଗରେ ଜନ ଶୁଣାଣି ଶିବିର ଏକ ପ୍ରକୃଷ୍ଟ ମାଧ୍ୟମ ଓ ପ୍ରଶାସନ ଏବଂ ସାଧାରଣ ଜନତାଙ୍କ ମଧ୍ୟରେ ଏକ ଊତ୍ତମ ସଂପର୍କର ସେତୁ ବୋଲି ଜିଲ୍ଳ୍ାପାଳ ଶ୍ରୀ ଚକ୍ରୱର୍ତ୍ତୀ ସିଂହ ରାଠୋର ଅଭିଯୋଗ ଶୁଣାଣିରେ ଅଧ୍ୟକ୍ଷତା କରି ଉପରୋକ୍ତ ବିଷୟ ପ୍ରକାଶ କରିଚ୍ଥନ୍ତି । ଆଜିର ଜନ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଭିନୀତ ଅଗ୍ରୱାଲ, ଅତିରିକ୍ତ ଜିଲ୍ଳ୍ାପାଳ, କଳିଙ୍ଗନଗର ଶ୍ରୀ ସନ୍ତୋଷ କୁମାର ମିଶ୍ର, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଳ୍ା ପରିଷଦ, ଶ୍ରୀ ଅଶୋକ କୁମାର ବେଉରିଆ, ଡେପୁଟି କଲେକ୍ଟର, ଅଭିଯୋଗ ଶ୍ରୀ ପ୍ରପୁଂଲ ଚନ୍ଦ୍ର ମିଶ୍ର, ବି.ଡି.ଓ., କୋରାଇ ଶ୍ରୀ ରଂଜନ କୁମାର ପରିଡା, ତହସିଲିଦାର, ବ୍ୟାସନଗର ଶ୍ରୀ ଅଶୋକ କୁମାର ମାଝି, ଅଧିକ୍ଷଣ ଯନ୍ତ୍ରୀ(ବିଦ୍ୟୁତ) ଶ୍ରୀ ଅନନ୍ତ ବିଶୋଇ, ପ୍ରକଳ୍ପ ନିର୍ଦ୍ଦେଶକ, ଜଳଚ୍ଥାୟା ଶ୍ରୀ ପ୍ରଦୀପ କୁମାମ ପଟ୍ଟନାୟକ, ଜିଲ୍ଳ୍ା ସମାଜ ସୁରକ୍ଷା ଅଧିକାରୀ ଶ୍ରୀ ରବିନ୍ଦ୍ର ନାଥ ବେହେରା, ଜିଲ୍ଳ୍ା ମଙ୍ଗଳ ଅଧିକାରୀ ଶ୍ରୀ ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲ୍ଳ୍ା ଶିକ୍ଷା ଅଧକାରୀ ଶ୍ରୀ କୃତିବାସ ବାରିକ, ମୁଖ୍ୟ ଜିଲ୍ଳ୍ା କୃଷି ଅଧିକାରୀ, ଯାଜପୁର ଶ୍ରୀ ଉଦିପ୍ତ କୁମାର ତ୍ରିପାଠୀ, ଜିଲ୍ଳ୍ା ମୁଖ୍ୟ ପଶୁ ଚିକିତ୍ସା ଅଧିକାରୀ, ଡା. ଶ୍ରୀନିବାସ କର, ଜିଲ୍ଳ୍ା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ନିରଂଜନ କର, ସୁରକ୍ଷା ଅଧିକାରୀ, ଜିଲ୍ଳ୍ା ସମାଜ ମଙ୍ଗଳ, ଯାଜପୁର ଶ୍ରୀମତୀ ସଂଯୁକ୍ତା ଘଡାଇ, ଜିଲ୍ଳ୍ା ଶ୍ରମ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ମହାନ୍ତି, ଜିଲ୍ଳ୍ା ବେସାମରିକ ଯୋଗାଣ ଅଧିକାରୀ ସେକ୍ ସଲାଉଦ୍ଦିନ ଖାଁ ଙ୍କ ସମେତ ଅନ୍ୟାନ୍ୟ ଜିଲ୍ଳ୍ା ସ୍ତରୀୟ ଅଧିକାରୀ ଯୋଗଦେଇ ଅଭିଯୋଗ ଶୁଣାଣିରେ ସହଯୋଗ ପ୍ରଦାନ କରିଥିଲେ ।
ଆଜିର ଅଭିଯୋଗ ପ୍ରକୋଷ୍ଠରେ ସମୁଦାୟ ୬୪ ଗୋଟି ଅଭିଯୋଗ ପଂଜିକୃତ ହୋଇଥିବା ବେଳେ ତନ୍ମଧ୍ୟରୁ ୫୫ ଗୋଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୦୪ ଗୋଟି ସମୁହ ଅଭିଯୋଗ ଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିପଂ ପାଣ୍ଠିରୁ ସହାୟତା ପ୍ରଦାନ ନିମନ୍ତେ ୦୬ ଗୋଟି ଅଭିଯୋଗ ଥିବାବେଳେ ଜିଲ୍ଳ୍ା ରେଡକ୍ରସ ପାଣ୍ଠିରୁ ଚିକିତ୍ସା ନିମନ୍ତେ ଆର୍ଥିକ ସହାୟତା ପ୍ରଦାନ ଜନିତ ୨୦ ଗୋଟି ଅଭିଯୋଗ ଥିଲା । ଶିବିର ପ୍ରକୋଷ୍ଠରେ ଜିଲ୍ଳ୍ାପାଳ ଶ୍ରୀ ରାଠୋର ୨୮ ଗୋଟି ଅଭିଯୋଗର ତ୍ୱରିତ ସମାଧାନ କରିଥିଲେ । ପଂଜିକୃତ ହୋଇଥିବା ଅଭିଯୋଗ ମଧ୍ୟରୁ ୦୫ ଗୋଟି ଅଭିଯୋଗର ଅଭିଯୋଗକାରୀମାନେ ଅଭିଯୋଗ ସ୍ଥଳରେ ଅନୁପସ୍ଥିତ ଥିଲେ । ପ୍ରକାଶ ଥାଉ କି, ଅଗଷ୍ଟ ମାସ ୨୮ ତାରିଖ ସୋମବାର ଦଶରଥପୁର ବ୍ଳ୍କ କାର୍ଯ୍ୟାଳୟ ଠାରେ ମିଳିତ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ପୂର୍ବାହ୍ନ ୧୦ ଘଟିକା ଠାରୁ ଅପରାହ୍ନ ୨ ଘଟିକା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଉକ୍ତ ଅଭିଯୋଗ ଶୁଣାଣି ଶିବିର ମାନଙ୍କରେ ଜିଲ୍ଳ୍ାର ବରିଷ୍ଠ ପଦାଧିକାରୀ ବୃନ୍ଦ, ବିଭିନ୍ନ ଲାଇନ୍ ଡିପାର୍ଟମେଣ୍ଟର ବରିଷ୍ଠ ଯନ୍ତ୍ରୀ ଏବଂ ସଂପୃକ୍ତ ବ୍ଳକର ବି.ଡି.ଓ. ଏବଂ ତହସିଲଦାରମାନେ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ଗୁଡିକର ତ୍ୱରିତ୍ ସମାଧାନ ଶୁଣାଣିରେ ଜିଲ୍ଳ୍ାପାଳଙ୍କୁ ସହଯୋଗ ପ୍ରଦାନ କରିବେ ।



