ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ସହିତ ନବୀନ ପଟ୍ଟନାୟକଙ୍କ ଆଲୋଚନା; ଘରକୁ ଫେରିବେ ତାମିଲନାଡୁରେ ରହୁଥିବା ଓଡ଼ିଆ

Spread the love

ଭୁବନେଶ୍ୱର, ୩୦/୦୪ (ସନ୍ଧାନ ନିଉଜ) ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍ସିଂ ଜରିଆରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଶ୍ରୀ ଇ.କେ. ପାଲାନିସ୍ବାମୀଙ୍କ ସହିତ ତାମିଲନାଡ଼ୁରେ ଅଟକି ରହିଥିବା ଓଡ଼ିଆମାନଙ୍କ ଫେରିବା ସମ୍ପର୍କରେ ଆଲୋଚନା କରିଥିଲେ। ଏହି ଆଲୋଚନାରେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଭିଡିଓ କଫରେନ୍ସିରେ ଯୋଗ ଦେଇଥିଲେ। ଲକଡାଉନ ସମୟରେ ତାମିଲନାଡୁ ସରକାର ସେଠାରେ ଅଟକି ରହିଥିବା ଓଡିଆମାନଙ୍କ ଉପଯୁକ୍ତ ଯତ୍ନ ନେଇଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ ଏବଂ ତାମିଲନାଡୁରୁ ଓଡିଶା ଫେରିବାକୁ ଚାହୁଁଥିବା ଓଡ଼ିଆ ଲୋକ ଯେପରି ସୁବିଧାରେ ଓଡିଶା ଫେରି ଆସି ପାରିବେ ସେ ଦିଗରେ ସହଯୋଗ ଯୋଗାଇ ଦେବା ପାଇଁ ଶ୍ରୀ ପାଲାନିସ୍ବାମୀଙ୍କୁ ଅନୁରୋଧ କରିଥିଲେ। ତାମିଲନାଡ଼ୁ ସରକାର ଏ ଦିଗରେ ସବୁପ୍ରକାର ସହଯୋଗ ଯୋଗାଇ ଦେବେ ବୋଲି ଶ୍ରୀ ପାଲାନିସ୍ବାମୀ ପ୍ରତିଶୃତି ଦେଇଥିଲେ। ଚେନ୍ନାଇର ଗୁରୁ ନାନକ କଲେଜରେ କରାଯାଇଥିବା ଶିବିରରେ ରହିଥିବା ଓଡ଼ିଆମାନେ ମଧ୍ୟ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଯୋଗେ କଥା ହୋଇଥିଲେ ଏବଂ ତାମିଲନାଡୁ ସରକାରଙ୍କ ସହଯୋଗ ପାଇଁ ଧନ୍ୟବାଦ ଜଣାଇଥିଲେ।

Related Posts

About The Author

Add Comment