ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ

Spread the love

ବାଲିଗୁଡା,  ୧/୪/୨୬ (ସନ୍ଧାନ ନ୍ୟୁଜ )   କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ମିଡିଆକିଆ ପଞ୍ଚାୟତ ସ୍ଥିତ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟର ପଞ୍ଚମ ଶ୍ରେଣୀ ଛାତ୍ରଛାତ୍ରୀ ମାନଙ୍କର ଏକ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଥିଲା l ବିଦ୍ୟାଳୟ ପରିଚାଳନା କମିଟି ସଭାପତି ପ୍ରମୋଦ ପୂଜାରୀ ଙ୍କ ସଭାପତିତ୍ୱ ରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପଦ୍ମଲୋଚନ ପଣ୍ଡା ଯୋଗ ଦେଇ ଛାତ୍ରଛାତ୍ରୀଙ୍କ ଉଜ୍ୱଳ ଭବିଷ୍ୟତ ନିମନ୍ତେ ବିଭିନ୍ନ ମାର୍ଗଦର୍ଶନ ଦେଇଥିଲେ l ମୁଖ୍ୟବକ୍ତା ଭାବେ ସମାଜ ସେଵୀ ଗୌରଚନ୍ଦ୍ର ପୂଜାରୀ ଯୋଗ ନେଇ ଛାତ୍ରଛାତ୍ରୀ ଗଣ ଉପଯୁକ୍ତ ଶିକ୍ଷା ଲାଭ କରି ଦେଶ ଗଠନରେ ନିଜକୁ ଗଢିବା ପାଇଁ ପରାମର୍ଶ ଦେଇଥିଲେ l ସମ୍ମାନିତ ଅତିଥି ଭାବେ ଜାର୍ଗୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଶିଶିର କାନ୍ତ ପଣ୍ଡା, ବାଲିଗୁଡା ବ୍ଲକ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଗୌରୀ ଶଙ୍କର ପାଢ଼ୀ, କଡିତଗା ସରକାରୀ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ପ୍ରଶାନ୍ତ କୁମାର ମହାପାତ୍ର ଯୋଗ ଦେଇ ଛାତ୍ରଛାତ୍ରୀଙ୍କ ଉତ୍ତୋରତର ଉନ୍ନତି କାମନା କରିଥିଲେ l ଶେଷରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଜଗଦୀଶ ଚନ୍ଦ୍ର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ l

Related Posts

About The Author

Add Comment