ବରଗଡ/ସନ୍ଧାନ ନ୍ୟୁଜ୍: ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜ ଗୋପାଳ ସାହୁଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା। ଏକ ଘରୋଇ ହସ୍ପିଟାଲରେ ମଙ୍ଗଳବାର ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି ।୨୩ ବର୍ଷ ଧରି ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ କରିଥିଲେ ଗୋପାଳ। ବରଗଡ଼ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ କାଇଁଶିର ଗ୍ରାମର ବାସିନ୍ଦା। ଝାରସୁଗୁଡ଼ାରେ ସାନପୁଅଙ୍କ ଘରେ ଗୋପାଳ ରହୁଥିଲେ। ଗତକାଲି ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ଝାରସୁଗୁଡ଼ାରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମଳିଛି।ଏଣେ ବରଗଡ଼ ଜିଲ୍ଲା ବରପାଲି ସ୍ଥିତ ତାଙ୍କ ବାସଭବନରେ ତାଙ୍କ ଶେଷ ଦର୍ଶନ ପାଇଁ ଲୋକଙ୍କ ଭିଡ଼ ଜମିଛି। ୧୯୮୪ ମସିହାରୁ ୨୦୦୮ ପର୍ୟ୍ୟନ୍ତ ଦୁଇଟି ପର୍ୟ୍ୟାୟରେ ସେ ୨୩ ଥର ଅଭିନୟ କରିବାର ସୁଯୋଗ ପାଇଥିଲେ। ପେଶାରେ ସେ ଜଣେ ପୁଲିସ ଅଧିକାରୀ ଥିଲେ। ହେଲେ ନିଶା ତାଙ୍କର ଅଭିନୟ। ତାଙ୍କ ଅଭିନୟ ଦେଖିବାକୁ ସେ ସମୟରେ କଂସ ଦରବାରରେ ବହୁ ଭିଡ଼ ଜମୁଥିଲା। ନଗର ପରିକ୍ରମା ସମୟରେ ହାତୀ ଉପରେ ବସି ବୁଲି ନିଜ ଉପସ୍ଥିତ ବାକଚାତୁରିରେ ଜରିମାନା ପକାଇ ସେ ଦର୍ଶକଙ୍କ ମନ କିଣୁଥିଲେ।
ତାଜା ଖବର
- ସ୍ୱାମୀ-ସ୍ତ୍ରୀ ମଧ୍ୟରେ କଥା କଟାକଟିରେ ସ୍ତ୍ରୀ କୁ ହତ୍ୟା କଲା ସ୍ୱାମୀ
- ଛଅ ମାସ ହେଲା ମିଳୁନି ଭତ୍ତା, ଚିନ୍ତାରେ ବିମଳା ବରିହା
- ବାଲିଶଙ୍କରାରେ ବିଜେଡିର ଜନସମ୍ପର୍କ ପଦଯାତ୍ରାରେ ବିଜେଡିର ଶକ୍ତି ପ୍ରଦର୍ଶନ, ବିଜେଡି ଦଳରେ ମିଶିଲେ କଂଗ୍ରେସ ଓ ବିଜେପିର ୭୫ ଜଣ
- IGP Dr Satyajit Naik Appeals for Peaceful and Disciplined Durga Puja Celebrations
- ଶାନ୍ତି, ଶୃଙ୍ଖଳା ଓ ଭାଇଚାରାର ସହ ମା ଦୁର୍ଗାଙ୍କ ପୂଜା ପାଳନ କରନ୍ତୁ: କେନ୍ଦ୍ରାଞ୍ଚଳ ଆଇଜି ଡଃ ସତ୍ୟଜିତ ନାଏକ
- ରଜି ଦେବି ୱେଲଫେୟାର ଟ୍ରଷ୍ଟ ଦ୍ୱାରା ଢେଙ୍କାନାଳ ରେ ବିଶ୍ୱ ଧଳା ବାଡ଼ି ଦିବସ ପାଳିତ
- ନିମ୍ନ ଲିଙ୍କରେ କ୍ଲିକ କରି ଆଜିର ଇ – ପେପର ଡାଉନ ଲୋଡ କରନ୍ତୁ
- ଦିନ ଦି ‘ ପହରରେ ଚୋରି ,ଅଭିଯୁକ୍ତକୁ ଅଞ୍ଚଳ ଲୋକେ ପୋଲିସ କୁ କଲେ ହସ୍ତାନ୍ତର
- ଅବକାରୀ ବିଭାଗର ଆତର୍କିତ୍ ଚଢାଉ,ବିପୁଳ ପରିମାଣର ଦେଶୀମଦ ଜବତ
- ରାମବାଗ ସରକାରୀ ଉଚ୍ଚ ବିଦ୍ୟାଳୟରେ ଆଇନ ସଚେତନତା ସଭା ଅନୁଷ୍ଠିତ



