ବଡ଼ଚଣା ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ।

Spread the love

ଯାଜପୁର,   : ୨/୯/୨୬ (ସନ୍ଧାନ ନ୍ୟୁଜ)  ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ବଡ଼ଚଣା ବ୍ଲକ୍ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ। ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ। ମୋଟ ୭୮ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୪୫ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କିତ ୦୩ ଗୋଟି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୩୦ ଗୋଟି ଅଭିଯୋଗର ଶୁଣାଣି  କରାଯାଇଥିଲା। ୩୨ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣିରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଶ୍ରୀ ଶିତିକଣ୍ଠ କାନୁନଗୋ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଯୁଧିଷ୍ଠିର ନାଏକ,  ଅତିରିକ୍ତ ଉନ୍ନୟନ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ଲମ୍ବୋଦର ଖୁଣ୍ଟିଆ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ, ଶ୍ରୀ ନଗେନ୍ଦ୍ର ନାଥ ମହାପାତ୍ର, ଡେପୁଟି କଲେକ୍ଟର, ଅଭିଯୋଗ ପ୍ରକୋଷ୍ଠ, ଶ୍ରୀ ସାରସ୍ୱତ ସାହୁ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ବଡ଼ଚଣା, ଶ୍ରୀ ରବୀନ୍ଦ୍ର କୁମାର ପ୍ରଧାନ, ତହସିଲଦାର, ଦର୍ପଣ, ଶ୍ରୀ ମାନସ କୁମାର ତ୍ରିପାଠୀ  ଓ ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।

Related Posts

About The Author

Add Comment