ମହାକାଳପଡା ରେ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ

Spread the love

ମହାକାଳପଡା, 19.01.2021 (ସନ୍ଧାନ ନିଉଜ୍):-   କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ଖରିନାସୀ ଗ୍ରାମରେ ଘଟିଛି ଏକ ଅଭବନୀୟ ଘଟଣା। ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ ଉତ୍ତ୍ୟକ୍ତ ଲୋକମାନେ ଅଭିଯୁକ୍ତର ଘର ଭଙ୍ଗାରୁଜା କରିବା ସହିତ ପୋଡା ଜଳା କରିଛନ୍ତି । ସୂଚନାଯୋଗ୍ୟ ଯେ, ଗତ ୧୪ ତାରିଖ ରାତିରେ ସୌରଭ ମଣ୍ଡଳ ନାମକ ଜଣେ ଯୁବକଙ୍କୁ ମାରଣାନ୍ତକ ଆକ୍ରମଣ ହୋଇଥିଲା। ଏ ସଂପର୍କରେ ଜମ୍ବୁ ସାମୁଦ୍ରିକ ଥାନାରେ ଅଭିଯୋଗ ମଧ୍ୟ ହୋଇଛି।  ଯୁବକଙ୍କୁ ଗୁରୁତର ଆହତ ଅବସ୍ଥାରେ କଟକ ବଡ଼ ମେଡ଼ିକାଲ ସ୍ଥାନର କରାଯାଇଥିଲା। ଯୁବକ ଜଣଙ୍କ ଚିକିତ୍ସାଧୀନ ଅବସ୍ଥାରେ ସେଠାରେ ମୃତ୍ୟୁ ହୋଇଥିଲା। ଏହାପରେ ଉତ୍ତ୍ୟକ୍ତ ଲୋକମାନେ ଅଭିଯୁକ୍ତର ଘର ଭଙ୍ଗାରୁଜା ଓ ପୋଡାଜଳା କରିଛନ୍ତି। ଘଟଣାସ୍ଥଳରେ ଜମ୍ବୁ ସାମୁଦ୍ରିକ ଥାନା ପୋଲିସ ଉପସ୍ଥିତ ରହି ଘଟଣା  ଉପରେ ନଜର ରଖିଛନ୍ତି। ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଛି।

Related Posts

About The Author

Add Comment