ଯାଜପୁର ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଉଦ୍‌ଘାଟିତ

Spread the love

ଯାଜପୁର, :୧୧/୧୧/୨୬ (ସନ୍ଧାନ ନ୍ୟୁଜ)  ଆଜି ଯାଜପୁର ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ (ସୁରଭି ୨୦୨୬) କାର୍ଯ୍ୟକ୍ରମ ଜିଲ୍ଲା ଶିକ୍ଷା ଅଧିକାରୀ ତଥା ଜିଲ୍ଲା ପ୍ରକଳ୍ପ ସଂଯୋଜକ, ସମଗ୍ର ଶିକ୍ଷା, ଯାଜପୁର ଶ୍ରୀଯୁକ୍ତ ମହେଶ୍ୱର ସାହୁଙ୍କ ସଭାପତିତ୍ୱରେ ପି.ଏମ. ଶ୍ରୀ. ରାମଲକ୍ଷ୍ମଣ ସରକାରୀ ଉଚ୍ଚ ବିଦ୍ୟାଳୟ, ଖଣ୍ଡରା, ଦଶରଥପୁର ପରିସରରେ  ଆୟୋଜିତ ହୋଇଯାଇଛି। ପୂର୍ବାହ୍ନ ୧୦ ଘଟିକା ସମୟରେ ଅନୁଷ୍ଠିତ ଏହି ବର୍ଣ୍ଣାଢ୍ୟ ସମାରୋହରେ  ଉଦଘାଟନୀ ଉତ୍ସବରେ ମୁଖ୍ୟବକ୍ତା ଭାବେ ମାନ୍ୟବର ସାଂସଦ, ଯାଜପୁର, ଡଃ. ରବୀନ୍ଦ୍ର ନାରାୟଣ ବେହେରା, ବିଶିଷ୍ଠ ଅତିଥି ଭାବେ ଶ୍ରୀମତୀ ସୁଜାତା ସାହୁ ମାନ୍ୟବର ବିଧାୟିକା, ଯାଜପୁର, ସ୍ୱତନ୍ତ୍ର ଅତିଥି ଭାବେ ଶ୍ରୀଯୁକ୍ତ ଶିବାନନ୍ଦ ସ୍ୱାଇଁ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ),  ଏବଂ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ସବିତା ସାହୁ ଏବଂ ବିଦ୍ୟାଳୟର ପ୍ରତିଷ୍ଠାତା ପରିବାରର ସଦସ୍ୟ ଶ୍ରୀଯୁକ୍ତ ରୁଦ୍ର ନାରାୟଣ ସାହୁ ଏବଂ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ତୁଷାର କାନ୍ତି ମିଶ୍ର ଯୋଗଦାନ କରି ଛାତ୍ରଛାତ୍ରୀମାନଙ୍କର ଅନ୍ତର୍ନିହିତ ଗୁଣାବଳୀର ବିକାଶ ନିମନ୍ତେ ଛାତ୍ରଛାତ୍ରୀମାନଙ୍କୁ ପ୍ରେରିତ କରିଥିଲେ। ସେହି ପରି ଭାବରେ ଉଦଯାପନୀ ତଥା ପୁରସ୍କାର ବିତରଣ ଉତ୍ସଵ ରେ ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ସୁରମା ମହାପାତ୍ର, ଶ୍ରୀଯୁକ୍ତ ଆଲୋକ କୁମାର ବନ୍ଧ, ଧର୍ମଶାଳାର ମଣ୍ଡଳ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଅଭୟ କୁମାର ବେହେରା , ବିଦ୍ୟାଳୟ ପରିଚାଳନା କମିଟି ର ଅଧ୍ୟକ୍ଷା ଶ୍ରୀମତୀ ଅନୁସୂୟା ପଣ୍ଡା, ଜିଲ୍ଲା ଅନୁସୂଚିତ ଜାତି ଓ ଜନଜାତି ଶିକ୍ଷା ସଂଯୋଜିକା ଶ୍ରୀମତୀ ଜ୍ୟୋସ୍ନାମୟୀ ଧଳ, ଜିଲ୍ଲା ଅନ୍ତର୍ନିବେଶୀ ଶିକ୍ଷା ସଂଯୋଜିକା ଶ୍ରୀମତୀ ବନ୍ଦନା ଜେନା କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ।  ଉଦଯାପନୀ ସମାରୋହରେ କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କାର ବିତରଣ ସହିତ ସେମାନଙ୍କର ଭବିଷ୍ୟତରେ ସଫଳତା ନିମନ୍ତେ ଅତିଥିଗଣ ଅଭିପ୍ରେରିତ କରିଥିଲେ। ଏହି ଅବସରରେ ବିତର୍କ, ଚିତ୍ରାଙ୍କନ, ସଂଗୀତ, କୁଇଜ, ସୃଜନଶୀଳ ଲିଖନ, ବକ୍ତୃତା, ଓଡ଼ିଆ ହସ୍ତାକ୍ଷର ଓ ଶ୍ରୁତଲିଖନ, ପି.ଏମ. ପୋଷଣ ଚିତ୍ରକଳା ଓ ଶିଳ୍ପକଳା, ସାଂସ୍କୃତିକ କାର୍ଯ୍ୟକ୍ରମ ଇତ୍ୟାଦି ପ୍ରତିଯୋଗିତା କରାଯାଇଥିଲା। ବିଭିନ୍ନ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା କୃତି ପ୍ରତିଯୋଗୀମାନେ ଆଗାମୀ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପ୍ରକଳ୍ପ କାର୍ଯ୍ୟାଳୟ ଏବଂ ରାମ ଲକ୍ଷ୍ମଣ ସରକାରୀ ଉଚ୍ଚ ବିଦ୍ୟାଳୟର ସମସ୍ତ କର୍ମକର୍ତ୍ତା ସମ୍ପୂର୍ଣ ସହଯୋଗ କରିଥିଲେ। ପରିଶେଷରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ତୁଷାରକାନ୍ତି ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।

Related Posts

About The Author

Add Comment