ରାଜଧାନୀରେ ବାର୍ଡଫ୍ଲୁ : ଓୟୁଏଟିର ଏକ କିମି ଅଞ୍ଚଳର ସବୁ କୁକୁଡ଼ା ମରାଯିବ

Spread the love

ଭୁବନେଶ୍ଵର,  ୨୮/୧/୨୦ (ସନ୍ଧାନ ନିଉଜ) : ଓଡ଼ିଶା କୃଷି ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର କୁକୁଡ଼ା ଫାର୍ମରେ ବାର୍ଡ ଫ୍ଲୁର ସ୍ପଷ୍ଟ ପ୍ରମାଣ ମିଳିବା ପରେ ରାଜ୍ୟ ସରକାର ଏହାର ଏକକିମି ବ୍ୟାସାର୍ଦ୍ଧ ଅଞ୍ଚଳକୁ ସଂକ୍ରମିତ ଅଞ୍ଚଳ ଓ ଏକରୁ ୧୦କିମି ବ୍ୟାସାର୍ଦ୍ଧ ଅଞ୍ଚଳକୁ ନିରୀକ୍ଷଣ ଅଞ୍ଚଳ ଭାବେ ଘୋଷଣା କରିଛନ୍ତି। ସଂକ୍ରମିତ ଅଞ୍ଚଳ ମଧ୍ୟରେ ଥିବା ସମସ୍ତ କୁକୁଡ଼ାଙ୍କୁ ମରାଯାଇ ଗଭୀର ଗାତରେ ପୋତି ଦିଆଯିବ ଓ ମାଟି ଘୋଡ଼ାଇବା ପୂର୍ବରୁ ସେଥିରେ ଚୂନ ଓ ବ୍ଲିଚିଂ ପାଉଡ଼ର ପରି ବିଶୋଧକ ପ୍ରୟୋଗ ପାଇଁ ନିର୍ଦ୍ଦେଶ ଦିଆଯାଇଛି।

ପ୍ରାଣୀ ପାଳନ ଓ ପ୍ରାଣୀ ଚିକିତ୍ସା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ରତ୍ନାକର ରାଉତଙ୍କ ସୂଚନା ଅନୁଯାୟୀ ଓଡ଼ିଶା କୃଷି ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର କୁକୁଡ଼ା ଫାର୍ମରେ ବାର୍ଡ ଫ୍ଲୁର ସ୍ପଷ୍ଟ ପ୍ରମାଣ ମିଳିବା ପରେ ରାଜ୍ୟ ସରକାର ଏବେ ଏହାର ଏକକିମି ବ୍ୟାସାର୍ଦ୍ଧ ଅଞ୍ଚଳକୁ ସଂକ୍ରମିତ ଅଞ୍ଚଳ ଓ ଏକରୁ ୧୦କିମି ବ୍ୟାସାର୍ଦ୍ଧ ଅଞ୍ଚଳକୁ ନିରୀକ୍ଷଣ ଅଞ୍ଚଳ ଭାବେ ଘୋଷଣା କରିଛନ୍ତି। ସଂକ୍ରମିତ ଅଞ୍ଚଳ ମଧ୍ୟରେ ଥିବା ସମସ୍ତ କୁକୁଡ଼ାଙ୍କୁ ମରାଯାଇ ଗଭୀର ଗାତରେ ପୋତି ଦିଆଯିବ ଓ ମାଟି ଘୋଡ଼ାଇବା ପୂର୍ବରୁ ସେଥିରେ ଚୂନ ଓ ବ୍ଲିଚିଂ ପାଉଡ଼ର ପରି ବିଶୋଧକ ପ୍ରୟୋଗ ପାଇଁ ନିର୍ଦ୍ଦେଶ ଦିଆଯାଇଛି।

କୁକୁଡ଼ାମରା ଅଭିଯାନ ଓ ରୋଗ ନିୟନ୍ତ୍ରଣ ପାଇଁ ସରକାରଙ୍କ ତରଫରୁ ୧୨ଟି ତ୍ୱରିତ୍ କାର୍ଯ୍ୟକାରୀ ଦଳ (ରାପିଡ଼୍ ରେସପନ୍ସ ଟିମ) ନିଯୁକ୍ତ କରାଯାଇଛି। ୭ଟି ଦଳ କୁକୁଡ଼ାମରା କାର୍ଯ୍ୟରେ ନିୟୋଜିତ ଥିଲାବେଳେ ଅନ୍ୟ ପାଞ୍ଚଟି ଦଳ ନିରୀକ୍ଷଣ ଅଞ୍ଚଳରେ ରୋଗ ନିୟନ୍ତ୍ରଣ କାର୍ଯ୍ୟରେ ନିୟୋଜିତ ଅଛନ୍ତି।

Related Posts

About The Author

Add Comment