ଭୁବନେଶ୍ୱର, ୨୭/୧୨/୨୦୨୧ (ସନ୍ଧାନ ନିଉଜ) : କେବଳ ଦେଶରେ ନୁହେଁ ଏବେ ଆମ ରାଜ୍ୟରେ ମଧ୍ୟ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢି ବଢି ଚାଲିଛି । ଏବେ ସୁଦ୍ଧା ରାଜ୍ୟରେ ୮ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଆଜି ପ୍ରଥମ ଓମିକ୍ରନ୍ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହେବା ପରେ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ଆଜି ତାଙ୍କୁ ସେଠାରୁ ଡିସଚାର୍ଜ କରାଯାଇଛି । ତେବେ ଆକ୍ରାନ୍ତ ବ୍ୟକ୍ତି ସୁସ୍ଥ ହେବା ପରେ ମଧ୍ୟ ଆଉ ୭ ଦିନ ଆଇସୋଲେସନ୍ରେ ରହିବାକୁ ଡାକ୍ତର ପରାମର୍ଶ ଦେଇଛନ୍ତି । ଗତ ୨୧ ତାରିଖରେ ରାଜ୍ୟରେ ପ୍ରଥମ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।
ସୁସ୍ଥ ହେଲେ ରାଜ୍ୟର ପ୍ରଥମ ଓମିକ୍ରନ୍ ଆକ୍ରାନ୍ତ
|
December 27, 2021 |