ହେଲିକପ୍ଟର ଦୁର୍ଘଟଣାରେ ଇରାନ ରାଷ୍ଟ୍ରପତିଙ୍କ ମୃତ୍ୟୁ !

Spread the love

ତେହେରାନ/ସନ୍ଧାନ ନ୍ୟୁଜ: ଆମେରିକାକୁ ଟିକିଏ ଟିକିଏ କଥାରେ ନାଲି ଆଖି ଦେଖାଉ ଥିବା ଓ ଆମେରିକୀୟଙ୍କ ମୁଣ୍ଡବିନ୍ଧା ପାଲଟି ଥିବା ଇରାନ ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ମୃତ୍ୟୁ । ହେଲିକପ୍ଟର ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ଘଟିଥିବା କୁହାଯାଉଛି । ତାଙ୍କ ସହ ବୈଦେଶିକ ମନ୍ତ୍ରୀ ମଧ୍ୟ ପ୍ରାଣ ହରାଇଛନ୍ତି। ଉଭୟଙ୍କ ମୃତ୍ୟୁ ହୋଇଥିବା ଏବଂ ହେଲିକପ୍ଟରର ଭଗ୍ନାବଶେଷ ମିଳିଥିବା ଇରାନ ଗଣମାଧ୍ୟମ ଦାବି କରିଛି । ସୂଚନାଯୋଗ୍ୟ, ରବିବାର ଦିନ ପାଖାପାଖି ୩ଟା ସମୟରେ ରଈସିଙ୍କ ହେଲିକପ୍ଟରଟି ଆଜରବାଇଜାନର ଘନ ଓ ପାହାଡ଼ିଆ ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ହେଲିକପ୍ଟରରେ ବୈଦେଶିକ ମନ୍ତ୍ରୀ ଇବ୍ରାହିମ ରାଇସି ଏବଂ ଅନ୍ୟ ଅଧିକାରୀମାନେ ମଧ୍ୟ ଥିଲେ।

Related Posts

About The Author

Add Comment