ଭୁବନେଶ୍ୱର,୧୩/୯ (ସନ୍ଧାନ ନିୟୁଜ) : ଦକ୍ଷିଣ ପଶ୍ଚିମ ମୌସୁମି ବାୟୁ ରାଜ୍ୟରେ ଏବେ ବିଶେଷ ସକ୍ରିୟ ନାହିଁ। ଗାଙ୍ଗେୟ ପଶ୍ଚିମବଙ୍ଗରୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ଉତ୍ତରରୁ ଦକ୍ଷିଣକୁ ଲମ୍ବିଥିବା ଟ୍ରଫଲାଇନ ପ୍ରଭାବରେ ରାଜ୍ୟରେ କାଁ ଭାଁ ବର୍ଷା ହେଉଛି। ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ। ୧୫ରେ କିଛି ସ୍ଥାନରେ ଏବଂ ୧୬ରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ହୋଇପାରେ। ତେବେ ଆସନ୍ତା ୧୮ତାରିଖ ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ଏବଂ ପାର୍ଶ୍ବବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶା, ଉତ୍ତର ଆନ୍ଧ୍ର ଉପକୂଳ, ଦକ୍ଷିଣ ଛତିଶଗଡ଼, କେନ୍ଦ୍ରୀୟ ଭାରତର ବିସ୍ତୃତ ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସୂତ୍ରରୁ ଜଣାପଡ଼ିଛି।
Related Posts
About The Author
Add Comment