୧୯ରେ ଆସୁଛି ଆଉ ଏକ ଲଘୁଚାପ

Spread the love

ଭୁବନେଶ୍ୱର, ୧୭/୧୦/୨୦୨୦ (ସନ୍ଧାନ ନିଉଜ):  19ରେ ଆସୁଛି ଆଉ ଏକ ଲଘୁଚାପ । କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା 19ରୁ 21 ତାରିଖ  ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷ କରି ଦକ୍ଷିଣ ଓଡିଶାରେ ଅଧିକ ବର୍ଷା ହୋଇପାରେ । 19 ତାରିଖରେ ଦୁଇ ଜିଲ୍ଲା ଗଞ୍ଜାମ, ଗଜପତିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି 20 ତାରିଖରେ ପ୍ରବଳ ବର୍ଷା ହେବା ନେଇ ମାଲକାନଗିରି, କୋରାପୁଟ, ରାୟଗଡା, ପୁରୀ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । 21 ତାରିଖରେ କୋରାପୁଟ, ରାୟଗଡା, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିଭଳି ସେହିଦିନ ମାଲକାନଗିରି, ନବରଙ୍ଗପୁର ଓ କନ୍ଧମାଳରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । 19ରେ ଭୁବନେଶ୍ୱର, କଟକରେ ମେଘୁଆ ପାଗ ଲାଗି ରହିବା ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏହି ସମୟରେ 40ରୁ 50 କିମି ବେଗରେ ପବନ ବହିବ । ଗଭୀର ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ଯିବାକୁ ବାରଣ କରାଯାଇଛି । ସେପଟେ ବର୍ତ୍ତମାନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଥିବା ଟ୍ରପ ଲାଇନ୍ ପ୍ରଭାବରେ ଏହି 2 ଦିନ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

Related Posts

About The Author

Add Comment