୨୬ ମଇ ଶନିବାର ରାଶିଫଳ

Spread the love

ଆଜିର ରାଶିଫଳ

୨୬ ମଇ ଶନିବାର : କେମିତି କଟିବ ଆଜିର ଦିନ

*ମେଷ*- ସଂଦ୍ଧ୍ୟାରେ ଆପଣଙ୍କର କୌଣସି ମାନସିକ ସମାରୋହକୁ ଯିବାର ସଙ୍କେତ ଅଛି । ଆପଣ କାହାରି ଭୋଜିରେ ମଧ୍ୟ ଯାଇ ପାରନ୍ତି କିମ୍ବା ବନ୍ଧୁଙ୍କ ଘରେ ହେଉଥିବା ସମାରୋହରେ ଭାଗନେଇ ପାରନ୍ତି । ଯାହା ବି ହେଉନା କାହିଁକି ଆଜି ଦିନ ଖୁବ୍ ଭଲ ।

*ବୃଷ*- ଆଜି ଆପଣଙ୍କ ଜୀବନରେ ଭ୍ରମ ସୃଷ୍ଟି ହୋଇପାରେ, ସାବଧାନ ରୁହନ୍ତୁ । ନିଜ ବାଣୀ ଉପରେ ଧ୍ୟାନ ଦିଅନ୍ତୁ ଯେଉଁ ଥିରେ କି ଆପଣ ଆପଣଙ୍କର ସାଙ୍ଗ ମାନଙ୍କୁ କିଛି ଭୂଲ କଥା ନ କୁହନ୍ତୁ ।

*ମିଥୁନ*- ଗ୍ରହମାନଙ୍କର ଖରାପ ପ୍ରଭାବ ଯୋଗୁଁ ଆଜି ଆପଣଙ୍କ ଘରେ କୌଣସି ବ୍ୟକ୍ତିଙ୍କ ସହ କଳହ ହୋଇପାରେ ।ଏଥି ପାଇଁ ଆପଣ ନିଜ କଥା ଓ କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ ।ଯଦି ଆପଣ ଶାନ୍ତ ରହିବେ ତେବେ ଭବିଷ୍ୟତର ବହୁ ଘରୋଇ ସମସ୍ୟାକୁ ସମାଧାନ କରିପାରିବେ ।

*କର୍କଟ*- ଆଜି ଆପଣ ନମ୍ରତାର ସହିତ ବ୍ୟବହାର କରନ୍ତୁ ଏବଂ ନିଜ ପ୍ରିୟଜନ ମାନଙ୍କ ସହିତ ସ୍ନେହପୂର୍ଣ୍ଣ ବ୍ୟବହାର କରନ୍ତୁ ସେମାନେ ଆପଣଙ୍କୁ ଆପଣଙ୍କର ବ୍ୟବହାର ପାଇଁ ଧନ୍ୟବାଦ ଦେବେ ଆଜି ଆପଣ ଅନୁଭବ କରିବେ ।

*ସିଂହ*- ଆଜି ଆପଣ ଅଧିକ ସମୟ ପରିବାର ଲୋକଙ୍କ ସହିତ କଟାଇବେ । ନିଜ ଲୋକଙ୍କ ସହିତ ରହିଲେ ଆପଣଙ୍କୁ ବହୁତ ଖୁସି ଲାଗିବ । ନିଜ ପ୍ରତି ପରିବାର ଲୋକଙ୍କ ସ୍ନେହ ଓ ସମ୍ମାନ ଦେଖି ଆପଣ ବହୁତ ଖୁସି ହେବେ ।

*କନ୍ୟା*- ଆଜି ଆପଣଙ୍କ ନିଜ ସବୁ ସମସ୍ୟାକୁ ସମାଧାନ କରିବା ଚ଼େଷ୍ଟାରେ ଲାଗିଯିବେ । ଏହି ସମୟରେ କୌଣସି ରୋଗ କିମ୍ବା ବିଷୟକୁ କେବଳ ଉପରେ ସମାଧାନ କରନ୍ତୁ ନାହିଁ । ଆପଣ ଏହାର ମୂଳୋତ୍ପାନ କରିବାକୁ ଚ଼େଷ୍ଟା କରନ୍ତୁ ।

*ତୁଳା*- ଆଜି ଦିନଟି ସନ୍ତୋଷଜନକ ଆଜିର କାର୍ଯ୍ୟାବଳୀ ମନରେ ଖୁସି ଭରି ଦେବ । ଅତୀତର ଧୈଯ୍ୟ ଏବଂ କଠିନ ପରିଶ୍ରମ ଫଳ ଉପଭୋଗ କରିବେ । କୌଣସି ଦ୍ୱିଧାବୋଧନ ନ କରି ସୁଫଳକୁ ବଂଧୁମାନଙ୍କ ସହିତ ମିଳି ଉପଭୋଗ କରନ୍ତୁ ।

*ବିଛା*- ଆପଣ ଖେଳିବା କିମ୍ବା ଚଳଚ୍ଚିତ୍ର ଦେଖିବାପାଇଁ ଚାହୁଁଥିଲେ ମଧ୍ୟ ଏହା ଆପଣଙ୍କର ପଢିବାର ସମୟ । ଆଜି ଆପଣଙ୍କ ମନ କିଛିଟା ବିଚଳିତ ରହିବ ,ମାତ୍ର ଆପଣ ନକାରାତ୍ମକତାରୁ ଧ୍ୟାନ ହଟାଇ ପଢାରେ ମନ ଦେବା ଉଚିତ ।

*ଧନୁ*- ଅନ୍ୟମାନଙ୍କର ଅଭିଯୋଗ ସମାଲୋଚନାକୁ ଖାତିର ନ କରି ଦିନ କଟାଇବେ ଏବଂ ଅନ୍ୟମାନଙ୍କ ସମାଲୋଚନା ଦ୍ୱାରା ନିଜେ ପ୍ରଭାବିତ ହେବେ ନାହିଁ । ପରିଶେଷରେ ଅନ୍ୟମାନେ ଆପଣଙ୍କୁ ଗ୍ରହଣ କରିବେ ।

*ମକର*- ଆଜି ଆପଣଙ୍କ ନିଜ ବନ୍ଧୁମାନଙ୍କ ମଧ୍ୟରେ ଥିବା ସମ୍ପର୍କ ଖୁସି ଆଣିଦେବ ।କୌଣସି ଭୁଲ ବୁଝାମଣା ଠିକ କରିବା ପାଇଁ ଚେଷ୍ଟା କରନ୍ତୁ । ଆଜି ସଫଳତା ହାସଲ କରିବେ । ଏହି ସମୟ ପୁରୁଣା ସ୍ମୃତିକୁ ମନେପକେଇବାର ସମୟ ଅଟେ ।

*କୁମ୍ଭ*- ଆଜି ଆପଣ କୌଣସି କଥାର ସତ୍ୟତା ପରିକ୍ଷା ପାଇଁ ତାହାକୁ ଯାଞ୍ଚ ନିଶ୍ଚୟ କରନ୍ତୁ । ଏମିତି କୌଣସି କଥାକୁ ଶୁଣି ନିଷ୍ପତ୍ତି ନିଅନ୍ତୁ ନାହିଁ ।

*ମୀନ*- ସପ୍ତାହରୁ ଚ଼ାଲି ଆସୁଥିବା ଯୁକ୍ତି ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।

*ଆପଣଙ୍କର ଦିନଟି ସୁଖ ଓ ଆନନ୍ଦମୟ ହେଉ, ଭଗବାନଙ୍କ ନିକଟରେ ଏତିକି କାମନା ଓ ପ୍ରାର୍ଥନା କରୁଅଛି ।*

Related Posts

About The Author

Add Comment