ଅଜିତ୍ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

Spread the love

ଭୁବନେଶ୍ୱର, ୧୩/୦୯/୨୦ (ସନ୍ଧାନ ନିଉଜ) : ଓଡ଼ିଆ ଚଳଚ୍ଚିତ୍ରର ଭେଟେରାନ୍ ଅଭିନେତା ଅଜିତ୍ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।
ବିଶିଷ୍ଟ ଅଭିନେତା ତଥା ନିର୍ଦ୍ଦେଶକ ଅଜିତ୍ ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ବିୟୋଗ ଓଡ଼ିଆ ଚଳଚ୍ଚିତ୍ର ଓ ମଞ୍ଚ ଜଗତରେ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଉଛି।

ସୂଚନା ଯୋଗ୍ୟଯେ, କିଛି ଦିନ ତଳେ କରୋନାରେ ସଂକ୍ରମିତ ହୋଇଥିବା ଓଡିଆ ସିନେ ଜଗତର ବର୍ଷିଆନ ଅଭିନେତା ଅଜୀତ ଦାସଙ୍କର ଆଜି ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହୋଇଛି। ମୃତ୍ୟୁ ବେଳକୁ ଶ୍ରୀଦାସଙ୍କର ୭୧ ବର୍ଷ ହୋଇଥିଲା। ସେ ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆରେ ଜନ୍ମ ଗ୍ରହଣ କରିଥିଲେ। ଅଜିତ୍ ଦାସ ୬୦ରୁ ଅଧିକ ଫିଲ୍ମରେ ଅଭିନୟ କରିଥିଲେ।
ତାଙ୍କ ଅଭିନୀତ ହାକିମବାବୁ ଚଳଚ୍ଚତ୍ରକୁ ମିଳିଥିଲା ଜାତୀୟ ପୁରସ୍କାର। ଲୁଚକାଳି, ସିନ୍ଦୁର ବିନ୍ଦୁ, ମାଆ, ସୁନା ଚଢ଼େଇ ଆଦି ଫିଲ୍ମରେ ସେ ଅଭିନୟ କରିଥିଲେ।

Related Posts

About The Author

Add Comment