ଭୁବନେଶ୍ୱର, ୦୬/୦୯ /୨୦ (ସନ୍ଧାନ ନିଉଜ) ସାଂସଦ ସ୍ବାମୀ ଅନୁଭବ ମହାନ୍ତିଙ୍କ ବିରୋଧରେ କୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି ବର୍ଷା ପ୍ରିୟଦର୍ଶିନୀ। କଟକ ଏସ୍ଡିଜେଏମ୍ କୋର୍ଟରେ ମାମଲା ଦାୟର କରିଛନ୍ତି ବର୍ଷା ପ୍ରିୟଦର୍ଶିନୀ । ପାରିବାରିକ ହିଂସା ନିରୋଧ ଆଇନ୍ ଧାରା-୧୨ ଅନୁଯାୟୀ ମାମଲା ରୁଜୁ ହୋଇଥିବାର ସୂଚନା ରହିଛି । ଆସନ୍ତା ୭ ତାରିଖ ଦିନ ମାମଲାର ପ୍ରଥମ ଶୁଣାଣି ପାଇଁ ଦିନ ଧାର୍ଯ୍ୟ ହୋଇଥିବାର ସୂଚନା ରହିଛି । ମାମଲା ନେଇ ଜିଲ୍ଲା କୋର୍ଟର ଅଫିସିଆଲ୍ ଓ୍ବେବସାଇଟ୍ରେ ସୂଚନା ରହିଛି ।
ସଦ୍ୟତମ ଖବର ଅନୁଯାୟୀ ଉଭୟଙ୍କ ମଧ୍ୟରେ ବିବାହ ବିଚ୍ଛେଦ ହେବାକୁ ଯାଉଛି । ବର୍ଷା ମାନସିକ- ଶାରିରୀକ ନିର୍ଯାତନାର ଶିକାର ହୋଇଥିବାର ସୂଚନା ରହିଛି । ଭରଣପୋଷଣ ପାଇଁ କୋର୍ଟରେ ଆବେଦନ କରିଛନ୍ତି ବର୍ଷା ପ୍ରିୟଦର୍ଶିନୀ । ବର୍ଷା ସିଆରଏଲଏମସି ନମ୍ବର ୯୪/୨୦୨୦ରେ ପ୍ରୋଟେକ୍ସନ ଅଫ ୱମେନ ଫ୍ରମ ଡୋମେଷ୍ଟିକ ଭାଓଲେନ୍ସ ଆକ୍ଟ ୨୦୦୫ର ଦଫା ୧୨, ୧୭, ୧୮, ୧୯, ୨୦ ଓ ୨୨ରେ ମକବ୍ଦମା ଦାଏର କରିଛନ୍ତି । ମକଦ୍ଦମାଟି ମାନ୍ୟବର ଅଦାଲତ ପ୍ରୋଟେକ୍ସନ ଅଫିସରଙ୍କ ନିକଟକୁ ପଠାଇଥିବା ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି ।