ଭୁବନେଶ୍ୱର, ୨୧/୦୨ (ସନ୍ଧାନ ନିୟୁଜ) ଆଜି ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପ୍ରସିଦ୍ଧ ମହାଶିବରାତ୍ରି ତଥା ଜାଗରଯାତ୍ରା। ଏଥିପାଇଁ ପ୍ରଶାସନର ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ରାତି ୧୦ଟାରେ ମହାଦୀପ ଉଠିବା ପାଇଁ ପ୍ରଶାସନ ପ୍ରସ୍ତୁତି ଚଳାଇଥିବା ବେଳେ ସେବାୟତମାନେ ଠିକଣା ସମୟର ପୂର୍ବରୁ ଉଠାଇବେ ବୋଲି କହିଛନ୍ତି। ତେବେ ମନ୍ଦିର ପ୍ରଶାସନ ସେବାୟତମାନଙ୍କ ସହ ସମନ୍ୱୟ ରଖି କାର୍ଯ୍ୟ ଚଳାଇଛି। ମନ୍ଦିର ପରିସରରେ ଯେପରି ବିଶୃଙ୍ଖଳା ସୃଷ୍ଟି ନ ହୁଏ, ସେଥିପ୍ରତି ପ୍ରଶାସନ ଯତ୍ନବାନ ହୋଇଛି। ଗତକାଲି ସନ୍ଧ୍ୟାରେ ଖୋର୍ଧା ଜିଲ୍ଲାପାଳ ସୀତାଂଶୁ କୁମାର ରାଉତ, ପୁଲିସ କମିସନର୍ ସୁଧାଂଶୁ ଷଡ଼ଙ୍ଗୀ, ଡିସିପି ଅନୁପ କୁମାର ସାହୁ ପ୍ରମୁଖ ସ୍ଥିତି ସମୀକ୍ଷା କରିଛନ୍ତି। ସେହିପରି ଆଇନଶୃଙ୍ଖଳା ରକ୍ଷା ଓ ଟ୍ରାଫିକ୍ ପରିଚାଳନା ପାଇଁ ପୁଲିସ୍ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଯାତ୍ରାରେ ଲକ୍ଷଲକ୍ଷ ଭକ୍ତଙ୍କ ସମାଗମ ହେବାକୁ ଥିବାରୁ ବିଏମ୍ସି ପକ୍ଷରୁ ରାସ୍ତା ସଫେଇ ସହ ନାଳଗୁଡ଼ିକରେ ସ୍ଲାବ୍ ପକାଇବା ବ୍ୟବସ୍ଥା କରାଯାଇଛି।
![](https://sandhannews.com/wp-content/uploads/2020/02/IMG-20200221-WA0029-300x177.jpg)
![](https://sandhannews.com/wp-content/uploads/2020/02/IMG_20200221_103028-300x215.jpg)