ବାଲିଗୁଡା, ତା, ୦୯/୦୩/୨୫: (ସନ୍ଧାନ ନ୍ୟୁଜ/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ମିଡିଆକିଆ ପଞ୍ଚାୟତର ନୂଆସାହି ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ରେ “ଆମ ସଂସ୍କୃତି ଓ ଆମ ଖେଳନା” କାର୍ଯ୍ୟକ୍ରମ ସହ ବିଦ୍ୟାଳୟର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି l ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପ୍ରମୋଦ ପୂଜାରୀଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ସେବା ନିବୃତ୍ତ ଶିକ୍ଷକ ଯୋଗେନ୍ଦ୍ର ଜେନା ଯୋଗଦେଇ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଏଥିରେ ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ସମ୍ମାନିତ ଅତିଥି ଭାବେ ଶିକ୍ଷକ ସବିର କୁମାର ପ୍ରଧାନ, ଶିକ୍ଷୟତ୍ରୀ ଶ୍ରୀମତୀ ରଜନୀ ମଳିକ ପ୍ରମୁଖ ଯୋଗ ଦେଇ ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମର ଉଦେଶ୍ୟ ଓ ଉପଯୋଗୀତା ସହ ଶୈକ୍ଷିକ ବିକାଶରେ ମାତା ଓ ପିଲାଙ୍କ ଭୁମିକା ସମ୍ପର୍କରେ ସମ୍ୟକ ଅଭିଭାଷଣ ପ୍ରଦାନ କରିଥିଲେ l ପ୍ରଧାନ ଶିକ୍ଷକ ଜଗଦୀଶ ଚନ୍ଦ୍ର ବେହେରା ଅତିଥି ମାନଙ୍କର ପରିଚୟ ପ୍ରଦାନ କରିଥିବା ବେଳେ ସହକାରୀ ଶିକ୍ଷୟତ୍ରୀ ଶ୍ରୀମତୀ କିମନ୍ତି ମଳିକ ବାର୍ଷିକ ବିବରଣୀ ପଠନ କରିଥିଲେ l ବିଭିନ୍ନ ପ୍ରତିଯୋଗିତା ର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା l ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ଆୟୋଜିତ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମକୁ ସହକାରୀ ଶିକ୍ଷୟତ୍ରୀ ଶ୍ରୀମତୀ ସରୋଜିନୀ ମଳିକଙ୍କ ସମେତ ବିଦ୍ୟାଳୟ ପରିଚାଳନା କମିଟିର ସମସ୍ତ ସଦସ୍ୟ, ଶିକ୍ଷକ, ଶିକ୍ଷୟତ୍ରୀ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ l ଶେଷରେ ପ୍ରଧାନଶିକ୍ଷକ ଶ୍ରୀବେହେରା ଧନ୍ୟବାଦ ଅର୍ପଣ କରିଥିଲେ l
ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମ ଆୟୋଜିତ
|
March 10, 2025 |
