ଭୁବନେଶ୍ୱର, ୭/୧/୨୦ (ସନ୍ଧାନ ନିଉଜ) : ସବ୍-ହିମାଳୟର ପଶ୍ଚିମବଙ୍ଗରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲିଠାରୁ ତିନିଦିନ ବର୍ଷା। ଓଡ଼ିଶାର ୮ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ବର୍ଷା ହେବାକୁ ଥିବା ଜିଲ୍ଲା ଗୁଡ଼ିକ ମଧ୍ୟରେ ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେଓଗଡ଼, ଅନୁଗୁଳ ଓ କେନ୍ଦୁଝର ରହିଛି। ସେହିପରି ୯ ତାରିଖ ଦିନ ଉତ୍ତର ଓଡ଼ିଶା ସମେତ ସୋନପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରେ ବର୍ଷା ହୋଇପାରେ। ୧୦ ତାରିଖ ଦିନ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଗଞ୍ଜାମ, ପୁରୀ, ରାୟଗଡ଼ା, କୋରାପୁଟ ଓ ଗଜପତି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।ଆସନ୍ତା ୪୮ ଘଣ୍ଟାରେ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତର ତାପମାତ୍ରା ସ୍ୱାଭାବିକରୁ ୩ ରୁ ୪ ଡିଗ୍ରୀ ଖସିବାର ସମ୍ଭାବନା ରହିଥିବା ବେଳେ ବର୍ଷାର ଛାଡ଼ିଗଲା ପରେ ପୁଣିଥରେ ତାପମାତ୍ରା ତଳକୁ ଖସିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି
ଆସନ୍ତାକାଲିଠାରୁ ତିନିଦିନ ଛେଚିବ !
|
January 7, 2020 |