ଓଡିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

Spread the love
ଭୁବନେଶ୍ୱର, : ତାତିରୁ ମିଳିବ ତ୍ରାହି । ଓଡିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ ଛୁଇଁବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନା ଦେଇଛି । ମୌସୁମୀ ପ୍ରବେଶର ପ୍ରଭାବରେ ଦକ୍ଷିଣ ଓଡିଶାର କିଛି ସ୍ଥାନରେ ବର୍ଷା ହୋଇଛି ।

ସେହିପରି ଆସନ୍ତା କିଛି ଘଣ୍ଟା ମଧ୍ୟରେ ସାରା ରାଜ୍ୟକୁ ମୌସୁମୀ ବାୟୁ ଛୁଇଁବ । ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ପରିସ୍ଥିତି ଅନୁକୂଳ ଥିବାରୁ କିଛି ସମୟ ପରେ ମୌସୁମୀ ପ୍ରବେଶ ନେଇ ପୂର୍ବରୁ ଭାରତୀୟ ପାଣିପାଗ କେନ୍ଦ୍ର ପକ୍ଷରୁ ମଧ୍ୟ ସୂଚନା ଦିଆଯାଇଥିଲା ।

ସେପଟେ ବୁଧବାର ପ୍ରାକ ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିଲା । ଯାଜପୁରସ, ମାଲକାନଗିରି, କେନ୍ଦ୍ରାପଡା ଆଦି କେତେକ ସ୍ଥାନରେ ବର୍ଷା ହୋଇଥିବା ଦେଖିବାକୁ ମିଳିଥିଲା ।

Related Posts

About The Author

Add Comment