କନ୍ଧମାଳ ବାଲନ୍ଦାପଡ଼ା ମାଗୃହ ଏଏନ୍‌ଏମ୍‌ ପୁଷ୍ପିତା ସାହୁଙ୍କ କାମ ପ୍ରଶଂସନୀୟ:ମୁଖ୍ୟମନ୍ତ୍ରୀ

Spread the love

କନ୍ଧମାଳ, ୧୪/୦୩/୨୧.(ସନ୍ଧାନ ନ୍ୟୁଜ/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲନ୍ଦାପଡ଼ାରେ ମା’ଗୃହ ଦାୟିତ୍ୱରେ ଥିବା ଏଏନ୍‌ଏମ୍‌ ପୁଷ୍ପିତା ସାହୁ ଗର୍ଭବତୀଙ୍କ ସୁରକ୍ଷିତ ମାତୃତ୍ୱ ପାଇଁ କରୁଥିବା କାମ ଉଦାହରଣୀୟ। ନିଷ୍ଠାର ସହ ନିଜ ଦାୟିତ୍ୱ ତୁଲାଇବା ଏବଂ ଗର୍ଭବତୀଙ୍କ ପାଇଁ ଥିବା ସରକାରୀ ସୁବିଧାସୁଯୋଗକୁ ସେମାନଙ୍କ ନିକଟରେ ପହଞ୍ଚାଇବା ଦିଗରେ ତାଙ୍କର ଉଦ୍ୟମ ପ୍ରଶଂସନୀୟ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଏତଦ ବ୍ୟତୀତ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟ ସରକାର ରାଜ୍ୟର ସ୍ୱାସ୍ଥ୍ୟସେବା ଭିତ୍ତିଭୂମିକୁ ପରବର୍ତ୍ତୀସ୍ତରକୁ ନେବା ଉଦେଶ୍ୟରେ ଆସନ୍ତା ୫ ବର୍ଷ ମଧ୍ୟରେ ଓଡ଼ିଶା କର୍କଟ ଚିକିତ୍ସା ଯୋଜନା କାର୍ଯ୍ୟକାରୀ କରିବେ । ଏହି ଅଭିଯାନରେ ପ୍ରାୟ ୫୭୭ କୋଟି ଟଙ୍କା ବିନିଯୋଗ ହେବ ଏବଂ ସମଗ୍ର ରାଜ୍ୟରେ ଉଚ୍ଚସ୍ତରୀୟ କର୍କଟ ଚିକିତ୍ସା ଯୋଗାଇ ଦିଆଯିବ ବୋଲି ଏକ ସମ୍ମିଳନୀରେ ପ୍ରକାଶ  କରିଛନ୍ତି ।

Related Posts

About The Author

Add Comment