କବାଟବନ୍ଧ ସରକାରୀ ଉଚ୍ଚ ବିଦ୍ୟାଳୟର ୫୭ ବାର୍ଷିକ ଉତ୍ସବ ଅନୁଷ୍ଠିତ 

Spread the love

ଜେନାପୁର/ସନ୍ଧାନ ନିୟୁଜ୍)ଧର୍ମଶାଳା ବ୍ଲକ ଅନ୍ତର୍ଗତ କବାଟବନ୍ଧ ସରକାରୀ ଉଚ୍ଚ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସର୍ବ ପ୍ରଥମେ ସ୍କୁଲ ପରିସରରେ ଗୋପବନ୍ଧୁ ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା।ପରେ ପ୍ରଦ୍ୱୀପ ଉଜ୍ୱଳନ କରାଯାଇ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା।ମୁଖ୍ୟଅତିଥି ଭାବେ ଧର୍ମଶାଳାର ନବ ନିର୍ବାଚିତ ବିଧାୟକ ହିମାଂଶୁ ଶେଖର ସାହୁ ସଂମ୍ମାନିତ ଅତିଥି ଏହି ସ୍କୁଲର ପୂର୍ବତନ ପ୍ରଧାନ ଶିକ୍ଷକ ରବୀନ୍ଦ୍ର କୁମାର ସାହୁ, ପୂର୍ବତନ ଶିକ୍ଷକ ରାମଚନ୍ଦ୍ର ରାଉତ,ଦାଶରଥି ସାହୁ, ,ମୁଖ୍ୟ ବ୍ୟକ୍ତା ପୂର୍ବତନ ଶିକ୍ଷକ ଡାକ୍ତର ଜ୍ଞାନରଞ୍ଜନ ପତି,ଯୋଗଦେଇଥିଲେ। ଅନୁଷ୍ଠାନ ତରଫରୁ ବିଧାୟକ ଙ୍କୁ ସମ୍ବର୍ଦ୍ଧନା ଦିଆ ଯାଇଥିଲା।ବିଦ୍ୟାଳୟ ର ବିଭିନ୍ନ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା ଏହି କାର୍ଯ୍ୟକ୍ରମ ରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟତ୍ରୀ ଲିଲି ରାଉତଙ୍କ ସମେତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ,ଛାତ୍ରଛାତ୍ରୀ ମାନେ ଉପସ୍ଥିତ ଥିଲେ। ପୁରାତନ ଛାତ୍ର ସଂସଦ ସଭାପତି ଶ୍ରୀ ରାମଚନ୍ଦ୍ର ପାତ୍ର ଙ୍କ ସମେତ ବହୁ ପୁରାତନ ଛାତ୍ରଛାତ୍ରୀ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Related Posts

About The Author

Add Comment