କରୋନା ରେ ମୃତକଙ୍କ ସଂଖ୍ୟା ୧୯୦୪କୁ ବୃଦ୍ଧି

Spread the love

ବାରିପଦା, 24.01.2021(ସନ୍ଧାନ ନିଉଜ୍ / ଲିଙ୍ଗରାଜ ପଣ୍ଡା):-  ଓଡ଼ିଶାରେ ଗୋଟିଏ ଦିନର ପରେ ପୁଣି ମୁଣ୍ଡ ନେଲା କରୋନା। ୨୪ ଘଣ୍ଟା ମଧ୍ୟରେ ୧୩୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କ ଆକ୍ରାନ୍ତ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୦୪ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ କରୋନା ଆକ୍ରାନ୍ତ ଜଣ ଖୋର୍ଦ୍ଧା ଜିଲ୍ଲାର ହୋଇଥିବା ସୂଚନା ମିଳିଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୩୪ ହଜାର ୧୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧ ହଜାର ୪୩୬ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୩୦ ହଜାର ୫୭୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୯୦୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୭୫ ଲକ୍ଷ ୦୧ ହଜାର ୬୯୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Posts

About The Author

Add Comment