ଭୁବନେଶ୍ୱର, ୧୬/୦୩ (ସନ୍ଧାନ ନିୟୁଜ/ମାନସ ରାଉତ) ରାଜ୍ୟରେ କରୋନା ଭୂତାଣୁ ସ୍ଥିତିକୁ ଦୃଷ୍ଟିରେ ରଖି ଆଗକୁ ହେବାକୁ ଥିବା ପଂଚାୟତ ଉପ-ନିର୍ବାଚନକୁ ସ୍ଥଗିତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟ ନିର୍ବାଚନ ଆୟୋଗ ଏନେଇ ପ୍ରେସ୍ ବିଜ୍ଞପ୍ତି ଜରିଆରେ ସୂଚନା ଦେଇଛନ୍ତି । ଆସନ୍ତା ୨୪ ମାର୍ଚ୍ଚରେ ରାଜ୍ୟର ୨୦ଟି ଜିଲ୍ଲାରେ ୨ଟି ଜିଲ୍ଲା ପରିଷଦ ସଭ୍ୟ, ୬ଟି ସରପଂଚ, ୮ଟି ସମିତି ସଭ୍ୟ ଓ ୮୪ ୱାର୍ଡ ମେମ୍ବର ପଦବୀ ପୂରଣ ପାଇଁ ହେବାକୁ ଥିବା ଉପ-ନିର୍ବାଚନ ବର୍ତ୍ତମାନ ପାଇଁ ସ୍ଥଗିତ ରଖାଯାଇଥିବା ବିଜ୍ଞପ୍ତିରେ ପ୍ରକାଶ ପାଇଛି ।
କରୋନା ପାଇଁ ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ
|
March 16, 2020 |