କ୍ଲଷ୍ଟର ସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା ଆୟୋଜିତ  

Spread the love
ବାଲିଗୁଡା,(ସନ୍ଧାନ ନ୍ୟୁଜ/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ରୁତୁଙ୍ଗିଆ  ପଞ୍ଚାୟତର କଟ୍ରିକିଆ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦୁଇ ଦିନିଆ କ୍ଲଷ୍ଟର ସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା କାର୍ଯ୍ୟକ୍ରମ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି l ଆଞ୍ଚଳିକ ସାଧନ ସଂଯୋଜକ  ସାବତ ପ୍ରଧାନଙ୍କ ତତ୍ୱାବଧାନରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ରୁତୁଙ୍ଗିଆ ପଞ୍ଚାୟତ ସରପଞ୍ଚ ଶ୍ରୀମତୀ ପିଙ୍କି ପ୍ରଧାନ ଯୋଗଦେଇ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଏଥିରେ ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ସମ୍ମାନିତ ଅତିଥି ଭାବେ ବାଲିଗୁଡା ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀ ଯୋଗ ଦେଇ କ୍ଲଷ୍ଟର ସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା କାର୍ଯ୍ୟକ୍ରମର ଉଦେଶ୍ୟ ଓ ଉପଯୋଗୀତା ସହ ଶୈକ୍ଷିକ ବିକାଶରେ ମାତା ଓ ପିଲାଙ୍କ ଭୁମିକା ସମ୍ପର୍କରେ ସମ୍ୟକ ଅଭିଭାଷଣ ପ୍ରଦାନ କରିଥିଲେ l ଏହି କ୍ଲଷ୍ଟରରେ ଥିବା ସାଧନ କର୍ମୀ ପଦ୍ମଚରଣ ପ୍ରଧାନୀ ଓ ପ୍ରଦୀପ ମଳିକଙ୍କ ସମେତ ୧୫ଟି ବିଦ୍ୟାଳୟରୁ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଯୋଗ ଦେଇ ନିଜ ନିଜର ସୃଜନଶୀଳତାକୁ ବ୍ୟବହାର କରି “ଆମ ସଂସ୍କୃତି ଓ ଆମ ଖେଳନା” ସମ୍ପର୍କିତ ଟିଏଲଏମ ପ୍ରସ୍ତୁତ ପୂର୍ବକ ପ୍ରଦର୍ଶନ କରିଥିଲେ l ଶେଷରେ ସାଧନ କର୍ମୀ ପ୍ରଦୀପ ମଳିକ ଧନ୍ୟବାଦ ଅର୍ପଣ କରିଥିଲେ l 

Related Posts

About The Author

Add Comment