ଗୋରୁ ବୋଝେଇ ପିକଅପ ଭ୍ୟାନ ଜବତ

Spread the love

ଭଦ୍ରକ, ୨୯/୧୦ (ସନ୍ଧାନ ନିଉଜ) : ଭଦ୍ରକ ଟାଉନ ଥାନା ଅନ୍ତର୍ଗତ ମୋଟେଲ ଛକରୁ ଏକ ଗୋରୁ ବୋଝେଇ ପିକଅପ ଭ୍ୟାନ ଜବତ କରାଯାଇଛି। ସୋମବାର ବିଳମ୍ବିତ ରାତିରେ ଭ୍ୟାନରୁ ମୋଟ ୩୦ଟି ଗୋରୁ ଉଦ୍ଧାର ହୋଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ରାତିରେ ଗୋରୁ ଚାଲାଣ ହେଉଥିବା ସନ୍ଦେହରେ ସ୍ଥାନୀୟ ଯୁବକମାନେ ମୋଟେଲ ଛକରେ ଭ୍ୟାନଟିକୁ ଅଟକାଇ ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଗୋରୁ ଗୁଡ଼ିକୁ ଉଦ୍ଧାର କରିଥିଲା। ଗୋରୁ ଚାଲଣ ଗାଡ଼ିଟିକୁ ଜବତ କରିବା ସହ ଚାଳକଙ୍କୁ ଅଟକ ରଖି ପଚରାଉଚରା ଆରମ୍ଭ କରିଛି। ଭ୍ୟାନରେ ଯାଜପୁରରୁ ପଶ୍ଚିମବଙ୍ଗକୁ ଗୋରୁ ଚାଲାଣ ହେଉଥିଲା ବୋଲି ଜଣାପଡ଼ିଛି।

Related Posts

About The Author

Add Comment