ବରଗଡ, 13.01.2021(ସନ୍ଧାନ ନିଉଜ୍/ ଲିଙ୍ଗରାଜ ପଣ୍ଡା):– ବରଗଡରେ ଦିନ ଦ୍ବିପ୍ରହରରେ ବ୍ୟବସାୟୀଙ୍କ ଘରୁ ଲୁଟ୍ । ମାରଣାସ୍ତ୍ର ଦେଖାଇ ନଗଦ ଟଙ୍କା ଓ ସୁନା ଗହଣା ଲୁଟ୍ ହୋଇଥିବା ନେଇ ବରଗଡ଼ ଟାଉନ ଥାନାରେ ଅଭିଯୋଗ ହୋଇଛି । ସୂଚନାଯୋଗ୍ୟ ଯେ, ମଙ୍ଗଳବାର ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ ବରଗଡ଼ ପୌରାଞ୍ଚଳ ଅନ୍ତର୍ଗତ ସଂହରାପଡ଼ାରେ ରହୁଥିବା ବ୍ୟବସାୟୀ ଅଙ୍କିତ ରେଖାନୀଙ୍କ ଘରେ ତିନି ଜଣ ଦୁର୍ବୃତ୍ତ ଏକ ବାଇକରେ ପହଞ୍ଚି ଡକାୟତି କରିଥିଲେ । ଅଙ୍କିତଙ୍କ ସ୍ତ୍ରୀ ମାର୍କେଟିଂ ପାଇଁ ଘରୁ ବାହାରକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ଏକୁଟିଆ ଥିବା ଅଙ୍କିତଙ୍କ ମା’ଙ୍କୁ ମାରଣାସ୍ତ୍ର ଦେଖାଇ ନଗଦ ଟଙ୍କା ଓ ସୁନାଗହଣା ଲୁଟି ନେଇଥିଲେ । ତେବେ ଲୁଟ୍ ସମ୍ପତ୍ତିର ପରିମାଣ ୨୦ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଅଙ୍କିତ ରେଖାନୀ କହିଛନ୍ତି । ଏହି ଘଟଣାର ତଦନ୍ତ ଚାଲିଛି । ସମ୍ବଲପୁରରୁ ସାଇଣ୍ଟିଫିକ୍ ଟିମ୍ ଆସି ଫିଙ୍ଗରପ୍ରିଣ୍ଟ ନିଆଯିବ ଓ ଦୁର୍ବୃତ୍ତମାନେ ଖୁବ୍ ଶୀଘ୍ର ଧରାପଡିବେ ବୋଲି ବରଗଡ଼ ଏସପି ପଦ୍ମିନୀ ସାହୁ କହିଛନ୍ତି ।
ତାଜା ଖବର
- ସ୍ୱାମୀ-ସ୍ତ୍ରୀ ମଧ୍ୟରେ କଥା କଟାକଟିରେ ସ୍ତ୍ରୀ କୁ ହତ୍ୟା କଲା ସ୍ୱାମୀ
- ଛଅ ମାସ ହେଲା ମିଳୁନି ଭତ୍ତା, ଚିନ୍ତାରେ ବିମଳା ବରିହା
- ବାଲିଶଙ୍କରାରେ ବିଜେଡିର ଜନସମ୍ପର୍କ ପଦଯାତ୍ରାରେ ବିଜେଡିର ଶକ୍ତି ପ୍ରଦର୍ଶନ, ବିଜେଡି ଦଳରେ ମିଶିଲେ କଂଗ୍ରେସ ଓ ବିଜେପିର ୭୫ ଜଣ
- IGP Dr Satyajit Naik Appeals for Peaceful and Disciplined Durga Puja Celebrations
- ଶାନ୍ତି, ଶୃଙ୍ଖଳା ଓ ଭାଇଚାରାର ସହ ମା ଦୁର୍ଗାଙ୍କ ପୂଜା ପାଳନ କରନ୍ତୁ: କେନ୍ଦ୍ରାଞ୍ଚଳ ଆଇଜି ଡଃ ସତ୍ୟଜିତ ନାଏକ
- ରଜି ଦେବି ୱେଲଫେୟାର ଟ୍ରଷ୍ଟ ଦ୍ୱାରା ଢେଙ୍କାନାଳ ରେ ବିଶ୍ୱ ଧଳା ବାଡ଼ି ଦିବସ ପାଳିତ
- ନିମ୍ନ ଲିଙ୍କରେ କ୍ଲିକ କରି ଆଜିର ଇ – ପେପର ଡାଉନ ଲୋଡ କରନ୍ତୁ
- ଦିନ ଦି ‘ ପହରରେ ଚୋରି ,ଅଭିଯୁକ୍ତକୁ ଅଞ୍ଚଳ ଲୋକେ ପୋଲିସ କୁ କଲେ ହସ୍ତାନ୍ତର
- ଅବକାରୀ ବିଭାଗର ଆତର୍କିତ୍ ଚଢାଉ,ବିପୁଳ ପରିମାଣର ଦେଶୀମଦ ଜବତ
- ରାମବାଗ ସରକାରୀ ଉଚ୍ଚ ବିଦ୍ୟାଳୟରେ ଆଇନ ସଚେତନତା ସଭା ଅନୁଷ୍ଠିତ



