ଜାଣନ୍ତୁ ଆଜିର ରାଶିଫଳ

Spread the love

ଆଜିର ରାଶିଫଳ

       

ମେଷ:👉 ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ।

 ବୃଷ: 👉ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।

 ମିଥୁନ: 👉ଆଜି ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।କିଛି ନୂଆ ଅନୁଭବ କରି‌େବ। ପଇସା ଯେମିତି ଆସିବ; ସେମିତି ଖର୍ଚ୍ଚ ହୋଇଯିବ। ଅଫିସ୍‌ରେ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ। 

କର୍କଟ:👉 ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସ˚କେତ ମିଳିପାରେ। ହୋଟେଲ ଓ ଖୁଦ୍ର ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ।

 ସି˚ହ: 👉ଆଜି ଶୁଭଗ୍ରହ ଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ। ଆୟ ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ସହିତ ଖୁସି ବାଣ୍ଟିବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ସ୍ବାସ୍ଥ୍ୟ ପ୍ରତି ଟିକେ ଧୢାନ ଦିଅନ୍ତୁ।

 କନ୍ୟା:👉 ଆଜି ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ଦେବେ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। କଳାକାରଙ୍କୁ କାର୍ଯ୍ୟକ୍ରମର ଅନୁବନ୍ଧ ମିଳିବ।

 ତୁଳା:👉 ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ। ବିଦ୍ୟୁତ୍ ଓ ବଡ ବ୍ୟବସାୟୀମାନେ ନୂଆ ଡିଲ୍‌ କରିପାରନ୍ତି। ବାହନ କିଣିବା ଲାଗି ମନ ବଳିବ।

 ବିଛା:👉 ଆଜି କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ଆଇନକାନୁନ ମାମଲାର ସହଜରେ ସମାଧାନ ହୋଇଯିବ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ମିଳିବ।

 ଧନୁ:👉 ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ।

 ମକର:👉 ପରିବାରରେ ଏକତା ଓ ପ୍ରେମ ବଢ଼ିବ। ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ।  ବନ୍ଧୁଙ୍କ ସହିତ ସମ୍ବନ୍ଧରେ ସୁଧାର ଆସିବ ।

 କୁମ୍ଭ:👉 ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ। ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍‌ କରିବେ। ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ। ଦାମ୍ପତ୍ୟ ଜିବନରେ ପ୍ରିତି ବଜାୟ ରହିବ।

 ମୀନ:👉 ଆଧୢାତ୍ମିକ ଭାବନାରେ ସମୟ ବିତିବ। ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ।

 

ଅଦ୍ୟ ଜାନୁଆରୀ ୨୯ ତାରିଖ ୨୦୨୧ ମସିହା(ଶୁକ୍ରବାର)

ଶକାବ୍ଦ -୧୯୪୨

ସମ୍ବତ -୨୦୭୭

ସାଲ-୧୪୨୮

ସମ୍ବତ୍ସର -ଆନନ୍ଦୋ

ମାଘମାସ-କୃଷ୍ଣପକ୍ଷ

ତିଥି-ପ୍ରତିପଦ ରାତ୍ରି ଘ୧୧/୪୧ ପର୍ଯ୍ୟନ୍ତ ତଦନ୍ତେ ଦ୍ଵିତୀୟା                                                           ନକ୍ଷତ୍ର-ଅଶ୍ଳେଷା ରାତ୍ରି  ଘ୦୪/୦୦ ପର୍ଯ୍ୟନ୍ତ ତଦନ୍ତେ ମାଘ

ଚନ୍ଦ୍ର -କର୍କଟ ରାତ୍ରି  ଘ୦୪/୦୦ ପର୍ଯ୍ୟନ୍ତ ତଦନ୍ତେ ସିଂହ

ଯୋଗ-ଆୟୁ ଷ୍ମାନ            

କରଣ-ବାଳବ

ସୌରମାସ -ମକର ୧୬ ଦିନ

ସୁର୍ୟୋଦୟ -ପ୍ରାତଃ ଘ୦୬/୨୬/୪୦

ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୩୩/୪୯

ଯୋଗିନୀ ପୂର୍ବେ ରାତ୍ର ଘ ୧୧/୪୦ ଗତେ ଉତ୍ତରେ

ବିଛା,ଧନୁ ଓ ମୀନ ରାଶିର ଘାତବାର

ପ୍ରତିପଦା ର ଏକୋଦିଷ୍ଟ  ଓ ପାର୍ବଣ ଶ୍ରାଦ୍ଧ 

କାଳବେଳା ଓ ବାରବେଳା – ଦିବା ୦୯/୧୦ ଗତେ ଘ୧୧/୫୭  ମଧ୍ୟେ

ବିଶୁଦ୍ଧ ଅମୃତବେଳା- ଦିବା ଘ୦୭/୪୯ ମଧ୍ୟେ ଓ  ଘ୦୪/୧୩ ଗତେ ଘ୦୫/୩୪ ମଧ୍ୟେ

ବିଶୁଦ୍ଧ ମହେନ୍ଦ୍ରବେଳା- ଦିବା ଘ୦୭/୫୦ ଗତେ ଘ ୦୯/୦୯ମଧ୍ୟେ ଓ ଘ୧୨/୦୦ ଗତେ ଘ୦୧/୨୨ ମଧ୍ୟେ

ଆଦ୍ୟ ପାଣିକଖାରୁ  ରାତ୍ର ଘ୧୧/୪୦ ଗତେ ବୋଇତିିକଖାରୁ ଭକ୍ଷଣ ନିଷେଧ

ଲିଙ୍ଗରାଜ ପଣ୍ଡା,ଦେଉଳ ସାହି, ବାରିପଦା, ମୟୂରଭଞ୍ଜ

Related Posts

About The Author

Add Comment