ଜିଲାସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

Spread the love

ଯାଜପୁର, ୦୩/୧୦/୨୦୨୧ (ସନ୍ଧାନ ନିଉଜ) : ଜିଲା ପ୍ରଶାସନ ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇଯାଇଛି । ଜିଲାପାଳ ଚକ୍ରବର୍ତ୍ତି ସିଂ ରାଠୋର ଗାନ୍ଧୀ ଛକ ସ୍ଥିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଜିଲା ସ୍କୁଲ ଓ ସଂସ୍କୃତି ଭବନରେ ଥିବା ବରପୂତ୍ର ମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ । ଗାନ୍ଧୀ ଓ ଶାସ୍ତ୍ରୀ ଯୁଗ ପରେ ଯୁଗ ଆମ ମାନଙ୍କୁ ଆଦର୍ଶ ଓ ଦର୍ଶନର ପ୍ରେରଣା ଦେଇ ଆସୁଥିବେ ବୋଲି ସେ ମତବ୍ୟକ୍ତ କରିଛନ୍ତି । ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲାପାଳ ରାଜସ୍ୱ ଅକ୍ଷୟ କୁମାର ମଲିକ, ଯାଜପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୈାରଭ ଚକ୍ରବର୍ତ୍ତି, ପୈାର ନିର୍ବାହୀ ଅଧିକାରୀ ସୂର୍ଯ୍ୟମଣୀ ପାଟଯୋଶୀ, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ, ବରିଷ୍ଠ ନାଗରୀକ ଓ ସମାଜସେବୀ ନିସିତ୍ କୁମାର ଦାସ ପ୍ରମୁଖ ମାଲ୍ୟାର୍ପଣ କରିଥିଲେ । ପରେ ବିବିଧ ସଚେତନତା ବାର୍ତ୍ତା ସୃଷ୍ଟି ପାଇଁ ଏକ ସଚେତନତା ଶୋଭାଯାତ୍ରାକୁ ପତାକା ଦେଖାଇ ଉଦ୍ଘାଟନ କରିଥିଲେ । ଏହି ଶୋଭାଯାତ୍ରା ସହରର ବିଭିନ୍ନ ଅଞ୍ଚଳ ପରିକ୍ରମା କରିଥିଲା । ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଉପଲକ୍ଷେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗୀତାର କୃତୀ ପ୍ରତିଯୋଗୀଙ୍କୁ ପରବର୍ତ୍ତି ସମୟରେ ଶିକ୍ଷାନୁଷ୍ଠାନ ମାନଙ୍କରେ ପୁରସ୍କୃତ କରାଯିବ ବୋଲି ସୂଚନା ଦିଆଯାଇଥିଲା ।

Related Posts

About The Author

Add Comment