ଜିଲ୍ଲା କଂଗ୍ରେସ  ତରଫରୁ  ନବରଙ୍ଗପୁର  ବନ୍ଦ  

Spread the love

ନବରଙ୍ଗପୁର , ୨୬/୧୨ (ସନ୍ଧାନ ନିୟୁଜ) : ଗତ ୧୪ ତାରିଖରେ ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡ଼ା ବ୍ଲକ ଅନ୍ତର୍ଗତ ଗୁମଣ୍ଡଳୀ ଗ୍ରାମର ବହୁଚର୍ଚ୍ଚିତ ନାବାଳିକା ଗଣଦୁଷ୍କର୍ମ ଓ ହତ୍ୟା ଘଟଣାରେ ସମ୍ପୃକ୍ତ ଦୋଷୀ ଏବେ ବି ଖୁଲମଖୁଲା ବୁଲୁଛନ୍ତି। ଦୋଷୀକୁ ଶୀଘ୍ର ଗିରଫ ଦାବି ସହ ଘଟଣାରେ ପୁଲିସ୍‌ର ନିଷ୍କ୍ରିୟତା ପ୍ରତିବାଦରେ ପୂର୍ବତନ ସାଂସଦ ତଥା ପିସିସିର ପୂର୍ବତନ କାର୍ଯ୍ୟକାରୀ ସଭାପତି ପ୍ରଦୀପ  ମାଝୀଙ୍କ ଡ଼ାକରାରେ  ଜିଲ୍ଲା କଂଗ୍ରେସ  ତରଫରୁ ଆଜି ନବରଙ୍ଗପୁର ଜିଲ୍ଲା ବନ୍ଦ ପାଳନ କରାଯାଉଛି ।

ଜିଲ୍ଲା କଂଗ୍ରେସ ତରଫରୁ ଶତାଧିକ କର୍ମୀ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ ସମ୍ମୁଖରେ ଟାୟାର ଜାଳି ୨୬ ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି । ରାସ୍ତା ଅବରୋଧ ଫଳରେ ଗମନାଗମନରେ ବାଧା ଉପୁଜିଛି । ରାସ୍ତାର ଉଭୟ ପାର୍ଶ୍ଵରେ ଗାଡି  ଅଟକି ରହିଛି ।

Related Posts

About The Author

Add Comment