ଭୁବନେଶ୍ୱର,୨୧ /୩ (ସନ୍ଧାନ ନିଉଜ/ମାନସ ରାଉତ) : ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟୀ ତରଫରୁ ୪୦ ଜଣିଆ ତାରକା ପ୍ରଚାରକଙ୍କ ନାମ ତାଲିକା ନିର୍ବାଚନ ଆୟୋଗଙ୍କ ପାଖରେ ଦାଖଲ କରାଯାଇଛି ।
ଏହି ତାଲିକାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି, ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍ ଶାହା, ଗୃହମନ୍ତ୍ରୀ ରାଜନାଥ ସିଂହ, କେନ୍ଦ୍ରମନ୍ତ୍ରୀ ନିତୀନ ଗଡକରୀ, ଉତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ରଘୁବର ଦାଶ, ରାଷ୍ଟ୍ରୀୟ ସାଧାରଣ ସଂପାଦକ (ସଂଗଠନ) ରାମଲାଲ ଜୀ, ରାଷ୍ଟ୍ରୀୟ ସାଧାରଣ ସଂପାଦକ ଓ ରାଜ୍ୟ ପ୍ରଭାରୀ ଅରୁଣ ସିଂହ, ରାଷ୍ଟ୍ରୀୟ ଯୁଗ୍ମ ସାଧାରଣ ସଂପାଦକ (ସଂଗଠନ) ସୈାଦାନ ସିଂହ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ, ସ୍ମୃତି ଇରାନୀ, ପ୍ରକାଶ ଜାଭାଡେକର, ରାଷ୍ଟ୍ରୀୟ ଉପ ସଭାପତି ଓ ମୁଖପାତ୍ର ବୈଜୟନ୍ତ ପଣ୍ଡା, ରାଷ୍ଟ୍ରୀୟ ସଂପାଦକ ସୁରେଶ ପୁଜାରୀ, ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର, ରାଷ୍ଟ୍ରୀୟ ଉପ ସଭାପତି ଓ ପୂର୍ବତନ ଛତିଶଗଡ ମୁଖ୍ୟମନ୍ତ୍ରୀ ରମଣ ସିଂହ, ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ଅର୍ଜୁନ ମୁଣ୍ଡା, ମଧ୍ୟପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ରାଷ୍ଟ୍ରୀୟ ଉପ ସଭାପତି ଶିବରାଜ ସିଂ ଚୈାହାନ, ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧାରୀ ଗମାଙ୍ଗୋ, ରାଜ୍ୟ ସଭାପତି ବସନ୍ତ ପଣ୍ଡା, ବିଧାୟକ ଦଳ ନେତା କନକ ବର୍ଦ୍ଧନ ସିଂହଦେଓ, ପୂର୍ବତନ ମନ୍ତ୍ରୀ ଓ ବରିଷ୍ଠ ନେତା ବିଶ୍ୱଭୂଷଣ ହରିଚନ୍ଦନ, ଡା.ଦାମୋଦର ରାଉତ, ସୁରମା ପାଢୀ, ବରିଷ୍ଠ ନେତା ଓ ପୂର୍ବତନ ବିଧାୟକ ପ୍ରତାପ ଷଡଙ୍ଗୀ, ସାଂସଦ ଓ ଅଭିନେତ୍ରୀ ହେମା ମାଲିନୀ, ରାଜ୍ୟ ଉପ ସଭାପତି ସମୀର ମହାନ୍ତି, ରାଜ୍ୟ ସାଧାରଣ ସଂପାଦକ ରଂଜନ ପଟେଲ, ରାଜ୍ୟ ସାଧାରଣ ସଂପାଦକ (ସଂଗଠନ) ମାନସ କୁମାର ମହାନ୍ତି, ରାଜ୍ୟ ସହ ସାଧାରଣ ସଂପାଦକ (ସଂଗଠନ) ଅମିତାଭ ଚକ୍ରବର୍ତୀ, ରାଜ୍ୟ ମୁଖପାତ୍ର ଗୋଲକ ପ୍ରସାଦ ମହାପାତ୍ର, ବିଜେପି ନେତା ଓ ଅଭିନେତା ମିହିର ଦାଶ, ଅଭିନେତ୍ରୀ ମହାଶ୍ୱେତା ରାୟ, ଅପରାଜିତା ମହାନ୍ତି, ଅଭିନେତା ଅଶ୍ରୁମୋଚନ ମହାନ୍ତି, ଶ୍ରୀତମ ଦାଶ, ଅଭିନେତ୍ରୀ ଅନୁ ଚୈାଧୁରୀ, ଅଭିନେତା ହରିହର ମହାପାତ୍ର ଏବଂ ଅଭିନେତ୍ରୀ ପିଙ୍କି ପ୍ରଧାନ ପ୍ରମୁଖ ଅଛନ୍ତି ବୋଲି ଗଣମାଧ୍ୟମ ବିଭାଗ ମୁଖ୍ୟ ଏବଂ ରାଜ୍ୟ ମୁଖପାତ୍ର ଶ୍ରୀ ଗୋଲକ ମହାପାତ୍ର ସୁଚନା ଦେଇଛନ୍ତି ।
ଡା.ଦାମୋଦର ରାଉତ ସହିତ ବିଜେପିର ୪୦ ଷ୍ଟାର ପ୍ରଚାରକ
|
March 21, 2019 |
