ଢେଙ୍କାନାଳ, ୫/୧/୨୦୨୦ (ସନ୍ଧାନ ନିଉଜ) ଢେଙ୍କାନାଳ ସହରର ଅନ୍ୟତମ ଜନବହୁଳପୂର୍ଣ୍ଣ ଅଞ୍ଚଳ ଭାବେ ପରିଚିତ କୁଞ୍ଜକାନ୍ତ ଲଳିତ ନଗରରେ ସଶସ୍ତ୍ର ଡକାୟତି ହୋଇଛି। କଳାମୁଖା ଏବଂ ହେଲ୍ମେଟ ପିନ୍ଧିଥିବା ୭ଜଣ ଦୁର୍ବୃତ୍ତ ସେଣ୍ଟ୍ରମ୍ ମାଇକ୍ରୋ କ୍ରେଡିଟ୍ ଫାଇନାନ୍ସ କାର୍ଯ୍ୟାଳୟରେ ପଶି ଆତଙ୍କରାଜ ସୃଷ୍ଟି କରିବା ସହ ସେଠାରେ କାର୍ଯ୍ୟରତ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି। ଆକ୍ରମଣର ଶିକାର ହୋଇଛନ୍ତି କାର୍ଯ୍ୟାଳୟ ପରିଚାଳକ ତଥା ଭଞ୍ଜନଗରର ସୁନେଶ ପ୍ରଧାନ (୩୭), ଭଦ୍ରକ ଅଞ୍ଚଳର ସହକାରୀ ପରିଚାଳକ ପ୍ରକାଶ କୁମାର ପାଢ଼ୀ (୨୬), କର୍ମଚାରୀ ଜଗମୋହନ ଦାସ (୨୪) ଏବଂ ନିର୍ମଳ ରାଉତ (୨୧)। ଜଗମୋହନଙ୍କ ଘର ପୁରୀ ଏବଂ ନିର୍ମଳଙ୍କ ଭଦ୍ରକରେ ବୋଲି ଜଣାପଡ଼ିଛି।
ଢେଙ୍କାନାଳ: କୁଞ୍ଜକାନ୍ତ ଲଳିତ ନଗରରେ ସଶସ୍ତ୍ର ଡକାୟତି
|
January 5, 2020 |



