ଦେଶବାସୀଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀଙ୍କ ନିଷ୍ପତିକୁ କେନ୍ଦ୍ରମନ୍ତ୍ରୀଙ୍କ ସ୍ୱାଗତ

Spread the love

ନୂଆଦିଲ୍ଲୀ/ଭୁବନେଶ୍ୱର,୭/୬ (ସନ୍ଧାନ ନିୟୁଜ୍) – ଦେଶବାସୀଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ନିଆଯାଇଥିବା ସମସ୍ତଙ୍କୁ ମାଗଣା ଟିକା ପ୍ରଦାନ ଏବଂ ପ୍ରଧାନମନ୍ତ୍ରୀ ଗରିବ ଗଲ୍ୟାଣ ଯୋଜନାର ସଂପ୍ରସାରଣ ଭଳି ସମ୍ବେଦନଶୀଳ ନିଷ୍ପତିକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ୱାଗତ କରିଛନ୍ତି। ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ କୋଭିଡ଼୍ ମହାମାରୀ ବିରୋଧୀ ଏହି ଲଢ଼େଇରେ ପ୍ରଧାନମନ୍ତ୍ରୀ ମୋଦି ଜନକଲ୍ୟାଣ ପାଇଁ ନେଇଥିବା ନିଷ୍ପତି ତାଙ୍କ ଦୂରଦର୍ଶୀ ନେତୃତ୍ୱର ପରିଚୟ ଦେଉଛି। କରୋନା ବିରୋଧୀ ଦେଶର ଲଢ଼େଇକୁ ଅଧିକ ସୁଦୃଢ଼ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ନିଆଯାଇଥିବା ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ପାଇଁ ଶ୍ରୀ ପ୍ରଧାନ କୃତଜ୍ଞତା ଜ୍ଞାପନ କରିଛନ୍ତି।

ସମସ୍ତଙ୍କୁ ମାଗଣା ଟିକା ଉପଲବ୍ଧ କରାଇବା ଦିଗରେ ସରକାର ଟିକାକରଣ ସହ ଜଡିତ ରାଜ୍ୟମାନଙ୍କ ଦ୍ୱାରା କରାଯାଇଥିବା ୨୫ ପ୍ରତିଶତ କାର୍ଯ୍ୟକୁ ଭାରତ ସରକାର ନିଜ ଦାୟିତ୍ୱରେ ନେବା ପାଇଁ ନିଷ୍ପତି ନେଇଛନ୍ତି। ଭାରତ ସରକାର ଟିକା ଉତ୍ପାଦନକାରୀଙ୍କ ଠାରୁ ମୋଟ ଟିକା ଉତ୍ପାଦନ ମଧ୍ୟରୁ ୭୫ ପ୍ରତିଶତ ଟିକା ରାଜ୍ୟ ସରକାରଙ୍କୁ ମାଗଣାରେ ଯୋଗାଇ ଦେବେ। ବାକି ୨୫ ପ୍ରତିଶତ ଟିକା ଘରୋଇ ହସ୍ପିଟାଲ ଗୁଡ଼ିକୁ ଦିଆଯିବ ା ଆସନ୍ତା ଜୁନ୍ ୨୧ରୁ ଭାରତ ସରକାର ଦେଶର ସବୁ ରାଜ୍ୟରେ ଥିବା ୧୮ ବର୍ଷରୁ ଅଧିକ ନାଗରିକଙ୍କ ପାଇଁ ମାଗଣା ଟିକା ପ୍ରଦାନ କରିବେ।

ଦୁର୍ବଳ ଏବଂ ଗରିବ ଶ୍ରେଣୀର ଲୋକଙ୍କ ପ୍ରତି ସମ୍ବେଦନଶୀଳତା ଏବଂ ଗରିବଙ୍କ କଲ୍ୟାଣ ପାଇଁ ନିଜର ପ୍ରତିବଦ୍ଧତାକୁ ଦର୍ଶାଇ ପ୍ରଧାନମନ୍ତ୍ରୀ ମୋଦି ଦେଶର ୮୦ କୋଟି ଜନସାଧାରଣଙ୍କ ପାଇଁ ଗରିବ କଲ୍ୟାଣ ଅନ୍ନ ଯୋଜନାର ଅବଧିକୁ ଦୀପାବଳି ପର୍ଯ୍ୟନ୍ତ ବଢ଼ାଇବା ପାଇଁ ନିଷ୍ପତି ନେଇଛନ୍ତି। ଏହା ଦ୍ୱାରା ଦେଶର ଜଣେ ଗରିବ ଉପାସରେ ରହିବ ନାହିଁ ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି।

Related Posts

About The Author

Add Comment