ମୋହନା, ୦୩.୦୨.୨୦୨୧ (ସନ୍ଧାନ ନିଉଜ୍):- ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି । ଗଜପତି ଜିଲ୍ଲା ମୋହନା ବଜାରରେ ଘଟଣା ଘଟିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ ଜାରି ରଖିଛି । ଖବର ଅନୁଯାୟୀ, ମଙ୍ଗଳବାର ବିଳମ୍ବିତ ରାତିରେ ମୋହନା ବଜାରରେ ଥିବା ଏକ ଦୋକାନାରେ ନିଆଁ ଲାଗିଯାଇଥିଲା । ଦେଖୁ ଦେଖୁ ନିଆଁ ପ୍ରବଳ ମାତ୍ରାରେ ଦୋକାନକୁ ବ୍ୟାପିଯାଇଥିଲା । ଯାହାଫଳରେ କି ଦୋକାନରେ ଥିବା ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି । ତେବେ ସର୍ଟ ସର୍କିଟ ଯୋଗାଁ ନିଆଁ ଲାଗିଥିବା ସୂଚନା ରହିଛି । ସେପଟେ ନିଆଁ ଲାଗିବା ଖବର ଅଗ୍ନିଶମ ବାହିନୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲା ଏବଂ ବହୁ ପରିଶ୍ରମ ପରେ ନିଆଁକୁ ଆୟତ୍ତ କରିଛନ୍ତି ଅଗ୍ନିଶମ କର୍ମଚାରୀ ।
ଦୋକାନରେ ଥିବା ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳି ନଷ୍ଟ
|
February 3, 2021 |
![](https://sandhannews.com/wp-content/uploads/2021/02/mm-40.jpg)