ଧର୍ମଶାଳା ବ୍ଳ୍‌କରେ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ

Spread the love

ଯାଜପୁର, ତା ୧୬ା୦୧ : ଆଜି ସୋମବାର ପୂର୍ବାହ୍ନରେ ଧର୍ମଶାଳା ବ୍ଳ୍‌କ କାର୍ଯ୍ୟାଳୟ ଠାରେ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା । ଏଥିରେ ଯାଜପୁର ଜିଲ୍ଲାପାଳ ଶ୍ରୀ ଚଳ୍ରୱର୍ତ୍ତୀ ସିଂହ ରାଠୋର ଅଧ୍ୟକ୍ଷତା କରି ଅଭିଯୋଗକାରୀଙ୍କ ସମସ୍ୟା ଗୁଡିକୁ ତ୍ୱରିତ ବେଗରେ ସମାଧାନ କରିବାକୁ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ପ୍ରଶାସନକୁ ଲୋକାଭିମୁଖୀ କରିବା ସହ ଆଇନର ପରିସରରେ ସାଧାରଣ ଲୋକଙ୍କର ସମସ୍ୟାର ସମାଧାନ ସଂପନ୍ନ କରିବା ହେଉଚ୍ଥି ଅଭିଯୋଗ ଶୁଣାଣି ଶିବିରର ଆଭିମୁଖ୍ୟ । ତେଣୁ ପ୍ରତ୍ୟେକ ଅଧିକାରୀ ଦାୟିତ୍ୱର ସହ ଏହାକୁ ନିର୍ବାହ କରିବାକୁ ସେ ଗୁରୁତ୍ୱାରୋପ କରିଥିଲେ । ଆବାସ ଯୋଜନା, ଭତ୍ତା ପ୍ରଦାନ, ଚିକିତ୍ସା ସହାୟତା, ଜମିଜମା ସମ୍ୱନ୍ଧୀୟ, ଇତ୍ୟାଦି ସଂପର୍କରେ ଏହି ଅଭିଯୋଗ ଗୁଡିକ ପଂଜିକୃତ ହୋଇଥିଲା । ଏହି ଶୁଣାଣିରେ ମୋଟ ୯୪ ଗୋଟି ଅଭିଯୋଗ ମଧ୍ୟରୁ ୮୯ ଗୋଟି ବ୍ୟକ୍ତିଗତ, ୦୫ ଗୋଟି ସାମୁହିକ, ୦୯ ଗୋଟି ରେଡକ୍ରସ ସହାୟତା ପାଇଁ ଓ ମୁଖ୍ୟମନ୍ତ୍ରୀ ରିଲିପଂ ପାଣ୍ଠିରୁ ସହାୟତା ପାଇଁ ୧୧ ଗୋଟି ଆବେଦନ ପତ୍ର ମିଳିଥିଲା । ତତ୍‌କ୍ଷଣାତ୍ ୨୫ ଗୋଟି ଆବେଦନର ସମାଧାନ କରାଯାଇଥିଲା । ଅବଶିଷ୍ଟ ଅଭିଯୋଗର ସମାଧାନ କର୍ତ୍ତୃପକ୍ଷ ଅଧିକାରୀ ମାନଙ୍କ ସମାଧାନ ପାଇଁ ନିର୍ଦ୍ଦେଶ ଦିଆଗଲା । ଜାନୁୟାରୀ ୨୪ ତାରିଖ ମଙ୍ଗଳବାର ଦାନଗଦୀ ବ୍ଳ୍‌କ କାର୍ଯ୍ୟାଳୟ ଠାରେ ଏବଂ ୩୦ ତାରିଖ ସୋମବାର ରସୁଲପୁର ବ୍ଳ୍‌କ କାର୍ଯ୍ୟାଳୟ ଠାରେ ଦିବା ୧୦ ଘଟିକା ଠାରୁ ଅପରାହ୍ନ ୨ ଘଟିକା ପର୍ଯ୍ୟନ୍ତ ମିଳିତ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହେବ ବୋଲି ଜିଲ୍ଲାପାଳ ଚକ୍ରୱର୍ତ୍ତୀ ସିଂହ ରାଠୋର ବିଭାଗୀୟ ପତ୍ର ମାଧ୍ୟମରେ ଅବଗତ କରାଇଚ୍ଥନ୍ତି । ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ଭିନିତ ଅଗ୍ରୱାଲ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦୁଃଖବନ୍ଧୁ ନାୟକ, ମୁଖ୍ୟ ଊନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ ଯାଜପୁର ଶ୍ରୀ ଅଶୋକ କୁମାର ବେଊରିଆ, ଜିଲ୍ଲା ଅଭିଯୋଗ ପ୍ରକୋଷ୍ଠ ଅଧିକାରୀ ଶ୍ରୀମତୀ ତିଳୋତ୍ତମା ପୃଷ୍ଟି , ଧର୍ମଶାଳା ତହସିଲଦାର ଶ୍ରୀ ସ୍ୱାଗତ ଦାସ, ଧର୍ମଶାଳା ବି.ଡି.ଓ. ଏବଂ ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।

Related Posts

About The Author

Add Comment