ନିର୍ବାଚନ ପ୍ରଚାର ପାଇଁ ପୁଣିଥରେ ଓଡିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

Spread the love

 କେନ୍ଦ୍ରାପଡା ଏବଂ ବାଲେଶ୍ୱରଠାରେ ଅନୁଷ୍ଠିତ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ୱର, ୨୧/୪ (ସନ୍ଧାନ ନିୟୁଜ) : ଆସନ୍ତା ଏପ୍ରିଲ ୨୩ ତାରିଖ ଦିନ ଓଡିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଶ୍ରୀ ମୋଦି ୨୩ ତାରିଖ ଦିନ ସକାଳ ୧୦ଟାରେ ୩୦ରେ କେନ୍ଦ୍ରାପଡାଠାରେ ପହଂଚି ବିଜୟ ସଂକଳ୍ପ ସମାବେଶରେ ଉଦବୋଧନ ଦେବେ ବୋଲି ରାଜ୍ୟ ବିଜେପି ଗଣମାଧ୍ୟମ ବିଭାଗ ମୁଖ୍ୟ ଓ ରାଜ୍ୟ ମୁଖପାତ୍ର ଶ୍ରୀ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।

ସେହିପରି ମଧ୍ୟାହ୍ନ ୧୨ଟାରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦି ବାଲେଶ୍ୱରଠାରେ ପହଂଚି ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇ ସାଧାରଣସଭାକୁ ସମ୍ଭୋଧିତ କରିବେ ବୋଲି ଶ୍ରୀ ମହାପାତ୍ର କହିଛନ୍ତି।

Related Posts

About The Author

Add Comment