ପରଲୋକରେ ଗୋଆର ମୁଖ୍ୟମନ୍ତ୍ରୀ ମନୋହର ପାରିକର

Spread the love

ଗୋଆ ୧୭/୩ (ସନ୍ଧାନ ନିୟୁଜ) ଗୋଆ ମୁଖ୍ୟମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ମନୋହର ପାରିକର୍‌ଙ୍କର ଆଜି ରାତି ୮ଟା ସମୟରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ହୋଇଥିଲା। ସେ ଦୀର୍ଘ ଦିନ ହେବ ପ୍ୟାନ୍‌କ୍ରିୟାଟ୍ରିକ୍‌ କର୍କଟ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିଲେ । ତେବେ, ଆଜି ସକାଳେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇ ପଡ଼ିବାରୁ ତାଙ୍କୁ ଗୋଆର ଏକ ବଡ଼ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ଆଜି ସଂଧ୍ୟାରେ ତାଙ୍କ ସ୍ୱାସ୍ଥ୍ୟ ସଂପର୍କିତ ଏକ ହେଲ୍‌ତ ବୁଲେଟିନ୍‌ ଜାରି କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଂକଟପନ୍ନ ଆଡକୁ ଗତି କରୁଥିବା ମୁଖ୍ୟ ଚିକିତ୍ସାଧିକାରୀ ସୂଚନା ଦେଇଥିଲେ।

Related Posts

About The Author

Add Comment