ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରେ ଏକ ଦିବସୀୟ ସାମୁହିକ ବୃକ୍ଷରୋପଣ

Spread the love
ବାଲିଗୁଡ଼ା, ତା, ୧୭/୦୯/୨୫: (ସନ୍ଧାନ ନ୍ୟୁଜ/ସଞ୍ଜୟ କୁମାର ପାଣିଗ୍ରାହୀ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୫ ତମ ଜନ୍ମଦିନ ଅବସରରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ସାରା ରାଜ୍ୟରେ ୭୫ ଲକ୍ଷ ବୃକ୍ଷରୋପଣ କରାଯାଇଛି । ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡରେ ଏକ ଦିବସୀୟ ସାମୁହିକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ବନଖଣ୍ଡର ୭ ଟି ବନାଞ୍ଚଳରେ ୨୫ ହଜାର ବୃକ୍ଷରୋପଣ କରାଯାଇଛି । ଏହି ଅବସରରେ କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ ଯୋଗ ଦେଇ ବୃକ୍ଷରୋପଣ କରିଥିବା ବେଳେ ବାଲିଗୁଡ଼ା ଏସଡିପିଓ ରମେନ୍ଦ୍ର ପ୍ରସାଦ, ତହସିଲଦାର ଦିପ୍ତିପ୍ରକାଶ ବେହେରାଙ୍କ ସମେତ ବିଏସ୍ଏଫ୍ କମାଣ୍ଡାଣ୍ଟ୍, ଜବାନ୍, ବାଲିଗୁଡ଼ା ବ୍ଲକ୍ ସାଂସଦ ପ୍ରତିନିଧି ରଞ୍ଜିତ୍ କୁମାର ସାହୁ, ନଗର ସାଂସଦ ପ୍ରତିନିଧି ଆଦିକନ୍ଦ ପଟ୍ଟନାୟକ, ନଗର ସଭାପତି ମନୋଜ କୁମାର ରଥ, ପୂର୍ବତନ ବିଜେପି ଜିଲ୍ଲା ସଭାପତି ଜଗନ୍ନାଥ ସାହୁ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପଦ୍ମଚରଣ ଦାସ, ସାଧାରଣ ଜନତା, ଛାତ୍ରଛାତ୍ରୀ, ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ସାମିଲ୍ ହୋଇ ବୃକ୍ଷରୋପଣ କରିଛନ୍ତି । ଦିନକୁ ଦିନ ଜଳବାୟୁରେ ପରିବର୍ତ୍ତନ ଘଟୁଛି । ଜଳବାୟୁ ସନ୍ତୁଳନ କରିବା ଉଦ୍ଦେଶ୍ୟରେ କେନ୍ଦ୍ର ସରକାରଙ୍କ ପକ୍ଷରୁ “ମା ପାଇଁ ଗଛଟିଏ” କାର୍ଯ୍ୟକ୍ରମ ଜାରି ରହିଛି । ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରେ ଏହି ଏକ ଦିବସୀୟ ସାମୁହିକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବିଷୟ କନ୍ଧମାଳ ସାଂସଦ ପ୍ରକାଶ କରିଛନ୍ତି ।

Related Posts

About The Author

Add Comment