ଭୁବନେଶ୍ୱର ୩୦/୧ (ସନ୍ଧାନ ନିୟୁଜ): ଫେବୃୟାରୀ ୧ରୁ ଦକ୍ଷିଣ ଉପକୂଳ ଓଡ଼ିଶା ଓ କଳାହାଣ୍ଡି, କନ୍ଧମାଳ ଜିଲ୍ଲାରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଚରଣ ବେହେରା ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଆସନ୍ତା ଦୁଇ ଦିନ ମଧ୍ୟରେ ଆଭ୍ୟନ୍ତରୀଣ ଉତ୍ତର ଓଡ଼ିଶାରେ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ କମିପାରେ। ଏହାର ପ୍ରଭାବରେ ଅଳ୍ପ ଶୀତ ଅନୁଭୂତ ହେବ। ଆସନ୍ତା ୨୪ ଘଣ୍ଟା ଭିତରେ କଳାହାଣ୍ଡି, କନ୍ଧମାଳ, ଅନୁଗୋଳ, ସୁନ୍ଦରଗଡ଼, ଢେଙ୍କାନାଳ, ଯାଜପୁର, ଭଦ୍ରକ, ଓ କେନ୍ଦୁଝର ଜିଲ୍ଲାରେ ଘନ କୁହୁଡ଼ି ଦେଖାଯିବା ନେଇ ସତର୍କ ସୂଚନା ଜାରି କରାଯାଇଛି।
ଫେବୃୟାରୀ ୧ରୁ ବର୍ଷା
|
January 30, 2020 |



