ଭୁବନେଶ୍ୱର, ୨୨/୦୧/୨୦ (ସନ୍ଧାନ ନିଉଜ) : ଆସନ୍ତା ଫେବୃୟାରୀ ୧୪ ତାରିଖରୁ ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେବ। ଏହା ଏପ୍ରିଲ ୯ ତାରିଖ ପର୍ଯ୍ୟନ୍ତ ଚାଲିବ। ଅଧିବେଶନ ଆରମ୍ଭ ଦିନ ରାଜ୍ୟପାଳ ଗଣେଶି ଲାଲ ନିଜର ଅଭିଭାଷଣ ରଖିବେ। ଫେବୃୟାରୀ ୧୮ତାରିଖରେ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପିତ ହେବ। ବଜେଟ ଅଧିବେଶନ ଦୁଇଟି ପର୍ଯ୍ୟାୟରେ ଚାଲିବ। ପ୍ରଥମ ପର୍ଯ୍ୟାୟ ଫେବୃୟାରୀ ୧୪ରୁ ୨୬ତାରିଖ ପର୍ଯ୍ୟନ୍ତ ଚାଲିବ। ଏହାପରେ ପୁଣିଥରେ ମାର୍ଚ୍ଚ ୧୧ରୁ ଏପ୍ରିଲ ୯ତାରିଖ ପର୍ଯ୍ୟନ୍ତ ଚାଲିବ। ବିଧାନସଭା ପକ୍ଷରୁ ଆଜି ଏ ନେଇ ଏକ ବିଜ୍ଞପ୍ତି ଜାରି ହୋଇଛି।
ରାଜ୍ୟ ସରକାର ଇତି ମଧ୍ୟରେ ବଜେଟ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ବଜେଟ ପ୍ରସ୍ତୁତି ପାଇଁ ଅର୍ଥମନ୍ତ୍ରୀ ନିରଞ୍ଜନ ପୁଜାରୀ ଗତ ୧୫ ତାରିଖଠାରୁ ପ୍ରାକ ବଜେଟ ପରାମର୍ଶ ପ୍ରକ୍ରିୟା ଆରମ୍ଭ କରିଦେଇଛନ୍ତି। ପୂର୍ବତନ ଅର୍ଥମନ୍ତ୍ରୀ, ବିଶେଷଜ୍ଞ ଓ ସଚିବମାନଙ୍କ ସହ ସେ ଆଲୋଚନା କରୁଛନ୍ତି। ଏହା ସହିତ ସାଧାରଣ ଲୋକଙ୍କ ମତାମତ ମଧ୍ୟ ନିଆଯାଉଛି।



