ବର୍ଷା ଓ ବଜ୍ରପାତ ପାଇଁ ୧୬ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

Spread the love
ଭୁବନେଶ୍ୱର,୧୯/୦୯/୨୦ (ସନ୍ଧାନ ନିଉଜ): ପଶ୍ଚିମ-କେନ୍ଦ୍ର ବଙ୍ଗୋପସାଗର ଆନ୍ଧ୍ର ଉପକୂଳରେ ଆଉ ଏକ ଲଘୁଚାପ ଦାନା ବାନ୍ଧୁଛି। ୧୩ ତାରିଖ ସୁଦ୍ଧା ଲଘୁଚାପ ସୃଷ୍ଟି ହେବ ବୋଲି ପୂର୍ବାନୁମାନ କରାଯାଇଛି। ତେବେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର କହିଛି ଆସନ୍ତା କାଲି ରାଜ୍ୟର ୧୬ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଗୁରୁବାର ଅପରାହ୍ନ ସୁଦ୍ଧା ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡିଶାର ବହୁ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, କଟକ, ଜଗତସିିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ସମ୍ବଲପୁର, ସୋନପୁର, ବରଗଡ, ବୌଦ୍ଧ ଓ କଳାହାଣ୍ଡି। ସେହିପରି ଏହି ସମୟ ମଧ୍ୟରେ କନ୍ଧମାଳ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ସେହିପରି ଶୁକ୍ରବାର ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ସମେତ ମାଲକାନଗିରି, କୋରାପୁଟ ଜିଲ୍ଲାରେ ବଜ୍ରପାତର ସମ୍ଭାବନା ଅଧିକ ରହିଛି। ଏହି ସମୟରେ ରାୟଗଡା, ଗଜପତି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡା, ନୂଆପଡା ଓ ଅନୁଗୁଳ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହୋଇପାରେ।

Related Posts

About The Author

Add Comment