ବର୍ଷା ଯୋଗୁଁ ଆସନ୍ତାକାଲି ୧୦ଟି ଜିଲ୍ଲାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି ଘୋଷଣା

Spread the love

ଭୁବନେଶ୍ୱର, ୨୪/୧୦ (ସନ୍ଧାନ ନିଉଜ) : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଫଳରେ ରାଜ୍ୟରେ ଆହୁରି ୪୮ ଘଣ୍ଟା ଯାଏଁ ବର୍ଷା ଜାରି ରହିବ। ସେଥି ପାଇଁ ରାଜ୍ୟର ୧୦ଟି ଜିଲ୍ଲାର ଜିଲ୍ଲାପାଳ ନିଜ ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ିଗୁଡ଼ିକ ଛୁଟି ରଖିବା ପାଇଁ ଗୁରୁବାର ଘୋଷଣା କରିଛନ୍ତି। ବର୍ଷା ଯୋଗୁଁ କେନ୍ଦ୍ରାପଡ଼ା, ଜଗତସିଂହପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ଢେଙ୍କାନାଳ, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ଯାଜପୁର ଜିଲ୍ଲାର ସମସ୍ତ ବିଦ୍ୟାଳୟ ଓ ଅଙ୍ଗନବାଡ଼ି କେନ୍ଦ୍ର ଗୁଡ଼ିକ ଛୁଟି ରହିବ।

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ ଜାରି କରାଯାଇଥିବା ସତର୍କ ସୂଚନା ଅନୁସାରେ ଶୁକ୍ରବାର ରାଜ୍ୟର ପ୍ରାୟ ଅଧିକାଂଶ ସ୍ଥାନରେ ବର୍ଷା ସହ ବଜ୍ରପାତ ହେବାର ପୂର୍ବାନୁମାନ କରାଯାଉଛି। ପ୍ରବଳ ବର୍ଷା ଯୋଗୁଁ ଆଜି କଟକ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ପୁରୀ, ଯାଜପୁର, ଭଦ୍ରକ, ଗଞ୍ଜାମ ଓ ଗଜପତି ଜିଲ୍ଲାର ସ୍କୁଲ ଓ ଅଙ୍ଗନବାଡ଼ି ଗୁଡ଼ିକ ଛୁଟି ଘୋଷଣା କରାଯାଇଥିଲା।

ପ୍ରବଳ ବର୍ଷା ଯୋଗୁଁ ଗଜପତି ଜିଲ୍ଲାର ଗୁମ୍ମା ବ୍ଲକରେ ପାହାଡ଼ ଧସିବାରୁ ୧୫ଟି ଘର କ୍ଷତିଗ୍ରସ୍ତ ହୋଇଥିବା ବେଳେ ୧୫୦ରୁ ଅଧିକ ଗାଈଗୋରୁଙ୍କର ମୃତ୍ୟୁ ଘଟିଛି। ସେହିଭଳି ପ୍ରବଳ ବର୍ଷା ଯୋଗୁଁ କେନ୍ଦୁଝରରେ କାନ୍ଥ ପଡ଼ି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ପୁରୀରେ ରେକର୍ଡ ବର୍ଷା ହୋଇଛି। ବିଗତ ୨୪ ଘଣ୍ଟା ମଧ୍ୟରେ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଥିବାରୁ ଶ୍ରୀମନ୍ଦିର ଓ କୋଣାର୍କର ସୂର୍ଯ୍ୟ ମନ୍ଦିରରେ ପର୍ଯ୍ୟଟକ କମ ପହଞ୍ଚିଛନ୍ତି।

Related Posts

About The Author

Add Comment