ବାଲିଗୁଡା, ୦୨/୦୮/୨୪:(ସନ୍ଧାନ ନ୍ୟୁଜ/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ଉପଖଣ୍ଡ ସ୍ତରୀୟ ସ୍ୱାଧିନତା ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଉପଜିଲ୍ଲପାଳ ଡା. ରୀନା ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ସମସ୍ତ କାର୍ଯ୍ୟକ୍ରମ ଆୟୋଜିତ କରାଯିବା ପାଇଁ ନିଷ୍ପତି ନିଆ ଯାଇଛି l ୧୪ ତାରିଖ ପ୍ରତ୍ୟୁଷରେ ଏକ ମିନି ମାରାଥନ ଦୌଡ଼ ପ୍ରତିଯୋଗିତା ଆୟୋଜିତ କରାଯିବ l ପରେ ପରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ହେବ l ଉକ୍ତ ଦିନ ସ୍ଥାନୀୟ ମିନି ଷ୍ଟାଡିୟମ ଠାରେ ଏହି ଦିବସ ପାଳନ ହେବା ସହ ପ୍ୟାରେଡ ପ୍ରତିଯୋଗିତା ହେବ l ସନ୍ଧ୍ୟା ସମୟରେ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ବନ୍ଧୁ ମିଳନର କାର୍ଯ୍ୟକ୍ରମ ରହିଛି l ଏହି ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ଏନଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ, ବିଡିଓ ଅଚ୍ୟୁତାନନ୍ଦ ଜାନି, ତହସିଲଦାର ଦିପ୍ତୀ ପ୍ରକାଶ ବେହେରାଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ ।
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ସ୍ୱାଧିନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ
|
August 3, 2024 |
