ବାଲିଗୁଡାରେ ଘନ କୁହୁଡ଼ି ସହ ପ୍ରବଳ ଜାଡ଼ : ବାଦ ପଡୁ ନାହାନ୍ତି ପଶୁ ପକ୍ଷୀ 

Spread the love
ବାଲିଗୁଡା,(ସନ୍ଧାନ ନ୍ୟୁଜ/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଅଞ୍ଚଳରେ ପ୍ରବଳ ଶୀତ ଲହରୀ ଜାରୀ ରହିଛି  l  ଘନ କୁହୁଡ଼ି ସହ ପୁଣି ଫେରିଛି ଶୀତ, ଦିନ ଦଶଟା ଯାଏଁ କମୁନି କୁହୁଡି l  ବାଲିଗୁଡା ତଥା ଏହାର ଆଖପାଖ  କୋଟଗଡ଼,ଦାରିଙ୍ଗବାଡି, କ.ନୁଆଗାଁ,ବେଲଘର, ତୁମୁଡ଼ିବନ୍ଧ, ରାଇକିଆ, ଟିକାବାଲି, ଚକାପାଦ ଜି.ଉଦୟଗିରି ଅଞ୍ଚଳର ବିଭିନ୍ନ ଉପାନ୍ତ ଅଞ୍ଚରେ ପ୍ରବଳ ଶୀତ ସହ ଜାଡ଼ ବୃଦ୍ଧି ପାଇବାରେ ଲାଗିଛି | ହାତ ଗୋଡ଼ କାଲୁଆ ମାରି ଯାଉଛି l ଶୀତୁଆ ସକାଳରେ ଚା’ ଦୋକାନରେ ଲୋକଙ୍କ ଭିଡ଼ ମଧ୍ୟ ଦେଖିବାକୁ ମିଳୁଛି | ଘନ କୁହୁଡିରେ ଆଚ୍ଛାଦିତ ହୋଇଛି ସମଗ୍ର ଅଞ୍ଚଳ । ଅସହ୍ୟ ଜାଡ଼ରେ ଲୋକେ ଘରୁ ପଦାକୁ ବାହାରି ପାରୁନାହାନ୍ତି | ସଞ୍ଜ ନଇଁଲେ ଉପାନ୍ତ ଅଞ୍ଚଳରେ ତାପମାତ୍ରା ହ୍ରାସ ପାଉଛି । ଦିନ ଦଶଟା ଯାଏଁ ଘନ କୁହୁଡ଼ିର ଚାଦର ତଳେ ଘୋଡ଼େଇ ହୋଇ ରହୁଥିବାରୁ ଶୀତ ଦାଉରୁ ରକ୍ଷାପାଇବା ପାଇଁ ଲୋକେ ଅଧରାତିରୁ ନିଆଁ ଜାଳି ନିଆଁର ଆଶ୍ରୟ ନେଉଛନ୍ତି | ରାସ୍ତା ରେ କୁହୁଡ଼ି ପାଇଁ ଯାନବାହାନ ଚଳାଚଳରେ ବାଧା ସୃଷ୍ଟି ହେଉଛି l ଯାନବାହାନ ସବୁ ଲାଇଟ୍ ଜାଳି ଯାତାୟତ କରୁଛନ୍ତି l ଶୀତରୁ ବର୍ତ୍ତିବା ପାଇଁ ଲୋକେ ଗରମ ଗରମ ଜିନିଷ ଖାଇବାକୁ ପସନ୍ଦ କରୁଛନ୍ତି l  ସେପଟେ ଶୀତର ମଜା ଉଠାଇବା ପାଇଁ ଓଡ଼ିଶାର କାଶ୍ମୀର ଦାରିଙ୍ଗବାଡ଼ି, ବେଲଘର ଲୁଦୁ ଜଳପ୍ରପାତ,ସାପ ନଳା,ମଣ୍ଡାସୁର ଭଳି ବିଭିନ୍ନ ଅଞ୍ଚଳର ପ୍ରାକୃତିକ ବିଭବ ଅତି ନିକଟରୁ ଦେଖିବାକୁ ପର୍ଯ୍ୟଟକଙ୍କ ସମାଗମ ବଢ଼ିବାରେ ଲାଗିଛି | ପ୍ରବଳ ଶୀତ ଓ ଥଣ୍ଡା ଯୋଗୁଁ  ଗରିବ ଓ ଶ୍ରମଜୀବି କର୍ମ କ୍ଷେତ୍ରକୁ ଯାଇ ପାରୁ ନାହାନ୍ତି, ସେପଟେ ନିଜକୁ ଫିଟ୍ ରଖିବା ପାଇଁ ସବୁ ବର୍ଗର ଲୋକେ ସକାଳୁ ସକାଳୁ ମର୍ଣ୍ଣିଂ ଓ୍ବାକ୍, ଯୋଗ, ବ୍ୟାୟାମ କରିବା ପାଇଁ ଜିମ୍, ପାର୍କ, ରାସ୍ତା ଓ ଷ୍ଟାଡିୟମରେ ଭିଡ଼ ଜମାଉଥିବା ଦେଖିବାକୁ ମିଳୁଛି |  ଶୀତ ଆସିବା କ୍ଷଣି ଦେଖାଯାଇଛି ତୁଷାରର ଧଳା ଆସ୍ତରଣ। ବର୍ଷା ଛାଡିବା ଆକାଶ ମେଘ ମୁକ୍ତ ହୋଇ ନୀଳ ଆକାଶରେ ପରିଣତ ହେବା ସହ ଆକାଶରେ ମଝିରେ ମଝିରେ ମେଘ ଖଣ୍ଡ ସବୁଜ ପରିବେଶ କୁ ଆହୁରି ଆକର୍ଷିତ କରୁଛି। ରାସ୍ତାକଡ଼ ଝରଣାର ଦୃଶ୍ୟ ସବୁଜିମା ବୃକ୍ଷରାଜି ବିରାଟ ପାହାଡ଼ ପର୍ବତ ରାସ୍ତାରେ ଯାତାୟାତ କରୁଥିବା ଯାତ୍ରୀଙ୍କୁ ବେଶ ଆନନ୍ଦ ଦେଉଥିବା ଦେଖିବାକୁ ମିଳିଛି। ରାସ୍ତାରେ ଯାତାୟାତ କଲାବେକେ ଲୋଭନୀୟ ମନୋରମ ଦୃଶ୍ୟ ଦେଖି ଯାତ୍ରୀମାନେ କିଛି ସମୟ ଅଟକି ଯାଇ ପ୍ରକୃତିର ମଜା ଉଠେଇବା ସହ ନିଜ ନିଜ ମୋବାଇଲରେ କିଛି ଫୋଟ ଉତ୍ତୋଳନ କରି ବେଶ ଆନନ୍ଦିତ ହେଉଛନ୍ତି।  ମଧ୍ୟରାତ୍ରିରୁ ଭୋର ମଧ୍ୟରେ ଅଧିକା ଶୀତ ପଡିବା ସହ ସକାଳର କୁହୁଡି ଶୀତକୁ ଦ୍ବିଗୁଣିତ କରୁଛି । 

Related Posts

About The Author

Add Comment