ଭୁବନେଶ୍ୱର, ୧୫/୦୫/୨୦ (ସନ୍ଧାନ ନିଉଜ) : ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଭବାନୀ ଚରଣ ପଟ୍ଟନାୟକଙ୍କର ଦେହାନ୍ତ ହୋଇଛି। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଆଜି ସନ୍ଧ୍ୟାରେ ଦେହାନ୍ତ ହୋଇଥିବା ଜଣାପଡ଼ିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୮ ବର୍ଷ ବୟସ ହୋଇଥିଲା। ସେ ଦୀର୍ଘ ଦିନ ହେଲା ଅସୁସ୍ଥ ଥିଲେ। ଜଣେ ଗାନ୍ଧୀବାଦୀ ଭାବେ ସେ ବେଶ୍ ଜଣାଶୁଣା ଥିଲେ। ଭବାନୀ ଚରଣ ପଟ୍ଟନାୟକ ୧୯୨୨ ମସିହା ମାର୍ଚ୍ଚ ୧୧ ତାରିଖରେ ଜନ୍ମ ଗ୍ରହଣ କରିଥିଲେ। ପୁରୀ ଜିଲ୍ଲା ନିମାପଡ଼ା ବ୍ଲକର ଅଣ୍ଡିଆ ଗାଁରେ ସେ ଜନ୍ମ ଗ୍ରହଣ କରିଥିଲେ। ସେ ମହାତ୍ମା ଗାନ୍ଧୀଙ୍କ ବିଚାର ଧାରାରେ ବଢ଼ିଥିଲେ। ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଭାବରେ ସେ ବେଶ୍ ଜଣାଶୁଣା ଥିଲେ ।
୧୯୬୧, ୧୯୬୬ ଏବଂ ୧୯୭୮ରେ ସେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ। ୨୦୧୮ରେ ସେ ସମ୍ମାନଜନକ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହୋଇଥିଲେ।
ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଭବାନୀ ଚରଣ ପଟ୍ଟନାୟକଙ୍କର ଦେହାନ୍ତ
|
May 15, 2020 |



